ଧନ୍ଦାମୂଳକ ତାଲିମକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୦।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ଓ ୟୁନିସେଫ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆଇଡିଏଟ୍‌-୨୦୨୩ର ୧୨ତମ ସଂସ୍କରଣ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗର ଅତିରିକ୍ତ ସଚିବ ବିପିନ୍‌ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ କିଶୋରୀମାନଙ୍କ ନିମନ୍ତେ ଗୁଣାତ୍ମକ ଶିକ୍ଷା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି କରିବା ପାଇଁ ଶିଳ୍ପ ଉପଯୋଗୀ ଧନ୍ଦାମୂଳକ ତାଲିମ ଉପରେ ଗୁରୁତ୍ୱାରୋପ କରିଥିଲେ। ଏପରିକି ସେ କହିଥିଲେ,ଏହା ଜାତୀୟ ଶିକ୍ଷାନୀତି-୨୦୨୦ର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଥିବା ବେଳେ କିଶୋରୀମାନଙ୍କ ଦକ୍ଷତା ବିକାଶ କରି ସେମାନଙ୍କୁ ଅର୍ଥନୀତିରେ ସାମିଲ କରାଇବା ପାଇଁ ଜାତୀୟ ଶିକ୍ଷାନୀତି-୨୦୨୦ରେ ଗୁରୁତ୍ୱ ଦିଆଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନକରି ଫିକି ସଭାପତି ତଥା ବିଆଇପିଏଫ୍‌ ଟ୍ରଷ୍ଟି ଶୁଭ୍ରକାନ୍ତ ପଣ୍ଡା କହିଥିଲେ, ଭାରତରେ କିଶୋର ଜନସଂଖ୍ୟା ସମଗ୍ର ବିଶ୍ୱର ବୃହତ୍ତମ ଜନସଂଖ୍ୟାର ପ୍ରତି ୫ ଜଣରେ ଜଣେ ୧୦ ରୁ ୧୯ ବର୍ଷ ମଧ୍ୟରେ। ଯଦି ୪୭% କେବଳ ଯୁବତୀ ହୁଅନ୍ତି ତେବେ ଏହି ବୃହତ୍‌ ମାନବ ସମ୍ବଳର ଉପଯୁକ୍ତ ପ୍ରଶିକ୍ଷଣ ଏବଂ ବୈଷୟିକ ଉତ୍‌ଥାନର ଆବଶ୍ୟକତା ରହିଛି। ତେଣୁ ସେମାନଙ୍କୁ ଆଗାମୀ ଦିନର ଆହ୍ବାନକୁ ସମ୍ମୁଖୀନ ହେବା ପାଇଁ ପ୍ରଶିକ୍ଷଣର ଆବଶ୍ୟକତା ରହିଥିବା ପଣ୍ଡା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁନିସେଫ୍‌ର ଭାରତ ପ୍ରତିନିଧି ସିନ୍ଥିଆ ମ୍ୟାକ୍‌କୈଫ୍ରି କହିଥିଲେ, ଯୁବତୀ ଏବଂ କିଶୋରୀମାନଙ୍କ ସଶକ୍ତୀକରଣ ପାଇଁ ବହୁମୁଖୀ ଆବଶ୍ୟକତା ଉପରେ ଦୃଷ୍ଟିଦେବାକୁ ପଡିବ। ଅପରପକ୍ଷରେ ବିଆଇପିଏଫ୍‌ର ଟ୍ରଷ୍ଟି ଶୈଫଳିକା ପଣ୍ଡାଙ୍କ ପୌରୋହିତ୍ୟରେ ଏକ ବାର୍ତ୍ତାଳାପ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବାଳିକାମାନଙ୍କ ଜୀବନଚକ୍ର ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri