ପ୍ରାଣୀଧନ, ମତ୍ସ୍ୟ ସମ୍ପଦ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ପ୍ରାଣୀଧନ ଓ ମତ୍ସ୍ୟସମ୍ପଦର ସୁରକ୍ଷା ଲାଗି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ବିଭାଗ ପକ୍ଷରୁ ଆଗୁଆ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଭାବିତ ପ୍ରାଣୀସମ୍ପଦର ତୁରନ୍ତ ଚିକିତ୍ସା ସକାଶେ ବନ୍ୟାଞ୍ଚଳର ପ୍ରତ୍ୟେକ ବ୍ଲକ୍‌ରେ ଗୋଟିଏ ଲେଖାଏ ମୋବାଇଲ୍‌ ଭେଟେରିନାରି ୟୁନିଟ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ଟିମ୍‌ରେ ଗୋଟିଏ ଗାଡ଼ି ସହ ଜଣେ ପ୍ରାଣୀ ଚିକିତ୍ସକ, ଜଣେ ପ୍ରାଣୀଧନ ନିରୀକ୍ଷକ ଓ ଜଣେ ସହାୟକ ରହିବେ। ପ୍ରାଣୀ ଚିକିତ୍ସାଳୟ, ଭେଟେରିନାରି ଡିସ୍‌ପେନ୍‌ସାରି ଓ ଲାଇଭଷ୍ଟକ୍‌ କେନ୍ଦ୍ରଗୁଡ଼ିକୁ ଆବଶ୍ୟକ ଟିକା ଓ ଜରୁରୀ ଔଷଧ ଆଗୁଆ ପଠାଇବା ପାଇଁ ସିଡିଭିଓମାନଙ୍କୁ କୁହାଯାଇଛି। ପର୍ଯ୍ୟାପ୍ତ ପରିମାଣର ଜରୁରୀ ଔଷଧ ଗଚ୍ଛିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ସମୟରେ ସମସ୍ତ କ୍ଷେତ୍ର କର୍ମଚାରୀଙ୍କୁ ସଦର ମହକୁମାରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗୋଖାଦ୍ୟ ଯୋଗାଣ ନିମନ୍ତେ ଜିଲାପାଳଙ୍କୁ ଅନୁରୋଧ କରିବା ପାଇଁ କୁହାଯାଇଛି। ସିଡିଭିଓ ସ୍ତରରେ କଣ୍ଟ୍ରୋଲରୁମ୍‌ ଖୋଲାଯାଇ କଟକସ୍ଥିତ ନିର୍ଦ୍ଦେଶାଳୟର କଣ୍ଟ୍ରୋଲରୁମ୍‌କୁ କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ନିୟମିତ ତଥ୍ୟ ପ୍ରେରଣ କରିବାକୁ କୁହାଯାଇଛି। କଟକସ୍ଥିତ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟରେ ୨୪ଘଣ୍ଟିଆ କଣ୍ଟ୍ରୋଲରୁମ୍‌ (ଫୋନ୍‌ ନଂ-୦୬୭୧-୨୪୧୪୩୧୦, ୭୨୦୫୫୯୮୧୨୫) ଖୋଲାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳକୁ ଔଷଧ ଓ ଭାକ୍‌ସିନ୍‌ ଯୋଗାଣକୁ ନିରୀକ୍ଷଣ କରିବା ପାଇଁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ବନ୍ୟା ସମୟରେ ପ୍ରାଣୀମାନଙ୍କଠାରେ କୌଣସି ପ୍ରକାର ରୋଗ ଦେଖାଯିବା କିମ୍ବା ବ୍ୟାପିବାକୁ ପ୍ରତିହତ କରିବା ପାଇଁ ବିଭାଗ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି।
ମତ୍ସ୍ୟ ସମ୍ପଦ ସୁରକ୍ଷା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ ଲାଗି ସମସ୍ତ ଜିଲା ମତ୍ସ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଚାଷୀମାନେ ଜଳାଶୟ ବନ୍ଧକୁ ମଜଭୁତ କରିବେ, ଯେପରି ମାଛ, ଚିଙ୍ଗୁଡ଼ି କିମ୍ବା ଯାଆଁଳ ଭାସି ନ ଯାଆନ୍ତି। ଆବଶ୍ୟକ ସ୍ଥଳେ ଜଳାଶୟର ଜଳସ୍ତରକୁ କମ୍‌ ରଖିବା ପାଇଁ କୁହାଯାଇଛି। ଚିଙ୍ଗୁଡ଼ି ଚାଷରେ ନିୟୋଜିତ ଶ୍ରମିକଙ୍କୁ ନିରାପଦ ସ୍ଥାନକୁ ଚାଲିଯିବା ସକାଶେ କୁହାଯାଇଛି। ଆବଶ୍ୟକ ହେଲେ ଜିଲା ପ୍ରଶାସନ ସହାୟତାରେ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରୁ ମତ୍ସ୍ୟଜୀବୀ ଓ ଶ୍ରମିକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କଣ୍ଟ୍ରୋଲରୁମ୍‌ ଖୋଲାଯାଇ ବନ୍ୟା ସ୍ଥିତି ଓ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ନିୟମିତ ମତ୍ସ୍ୟ ନିର୍ଦ୍ଦେଶାଳୟକୁ ଅବଗତ କରିବାକୁ କୁହାଯାଇଛି। ବିଭାଗ ପକ୍ଷରୁ ପଠାଯାଉଥିବା ଆଡ୍‌ଭାଇଜରିଗୁଡ଼ିକୁ ଅନୁପାଳନ କରିବା ଲାଗି ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri