Posted inUncategorized

ମହିଳା ସଶକ୍ତୀକରଣକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୦।୧:ରାଜ୍ୟର ପ୍ରମୁଖ ବନ୍ଦର ସୁବର୍ଣ୍ଣରେଖା ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌) ପକ୍ଷରୁ ନିକଟରେ ଏକ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥାନୀୟ ବାଲିଆପାଳଠାରେ ଆୟୋଜନ କରାଯାଇଥିଲା। ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରୀରାମପୁର ସରପଞ୍ଚ ଦେବକୁମାର ଦେ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଚୌମୁଖ ଗ୍ରାମପଞ୍ଚାୟତ ସ୍ତରୀୟ ସଂଘ ସଭାପତି ଓ ବାଲିଆପାଳ ବ୍ଲକ୍‌ ସ୍ତରୀୟ ସଂଘ ସଚିବ ସୁଷମା ଦତ୍ତ, ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ବାଲେଶ୍ୱରର ମୁଖ୍ୟ ପ୍ରମୋଦ କୁମାର ପାତ୍ରଙ୍କ ସମେତ ଟାଟା ଷ୍ଟିଲ୍‌ ସିଏସ୍‌ଆର ଟିମ୍‌ର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ବିଶେଷକରି ସ୍ଥାନୀୟ ମହିଳାମାନଙ୍କୁ ସଶକ୍ତୀକରଣକୁ ଗୁରୁତ୍ୱାରୋପ କରି ସ୍ଥାନୀୟ ଅଞ୍ଚଳରେ ଆମତ୍ନିଯୁକ୍ତି ଏବଂ ଜୀବନଜୀବିକା ସୁଯୋଗରେ ଉନ୍ନତି ଆଣିବା ଲକ୍ଷ୍ୟରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ପକ୍ଷରୁ ଏକ ୨ମାସିଆ ଚାନ୍ଦୁଆ ହସ୍ତଶିଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଉକ୍ତ କର୍ମଶାଳା ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ର ସଦସ୍ୟମାନେ ଚାନ୍ଦୁଆ ହସ୍ତଶିଳ୍ପ ଉପରେ ନିଜର ଦକ୍ଷତା ବୃଦ୍ଧି କରିବା ଦ୍ୱାରା ନିଜ ପାଇଁ ଅତିରିକ୍ତ ଆୟର ସୁଯୋଗ ସୃଷ୍ଟି କରିପାରିବେ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ପ୍ରଶିକ୍ଷିତ ସଦସ୍ୟମାନେ ଅନ୍ୟ ଏସ୍‌ଏଚ୍‌ଜି ସଦସ୍ୟମାନଙ୍କୁ ମଧ୍ୟ ଏହା ଉପରେ ପ୍ରଶିକ୍ଷଣ ପ୍ରଦାନ କରିପାରିବେ। ଏପରିକି ଏସ୍‌ପିପିଏଲ୍‌ ପକ୍ଷରୁ ଜୀବିକା କ୍ଷେତ୍ରରେ ନିଆଯାଉଥିବା ବିଭିନ୍ନ ଯୋଜନା ମଧ୍ୟରୁ ଏହା ଅନ୍ୟତମ ଓ ଭବିଷ୍ୟତରେ ମଧ୍ୟ ଆହୁରି ଅନେକ ଯୋଜନା କାର୍ଯ୍ୟକାରୀ କରିବାକୁ କମ୍ପାନୀ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?