ଜିରୋ ଦୁର୍ଘଟଣା ଉପରେ ଗୁରୁତ୍ୱାରୋପ

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟଠାରେ ବୁଧବାର ୫୪ତମ ଜାତୀୟ ସୁରକ୍ଷା ମାସ ଓ ଲାଇନ୍‌ମ୍ୟାନ ଦିବସ ଟାଟା ପାଓ୍ବାର ପକ୍ଷରୁ ପାଳିତ ହୋଇଯାଇଛି। କର୍ମଚାରୀମାନେ ସୁରକ୍ଷିତ ଭାବେ କିଭଳି କାର୍ଯ୍ୟ କରିବେ, ସୁରକ୍ଷା ପୋଷାକ ଓ ଆବଶ୍ୟକୀୟ ସରଞ୍ଜାମ ବ୍ୟବହାର ଏବଂ ସଠିକ୍‌ କାର୍ଯ୍ୟ କିଭଳି କରିବେ ସେନେଇ ବୈଠକରେ ଯୋଗ ଦେଇ ଅତିଥିମାନେ କହିଥିଲେ। ନିୟମକୁ ପାଳନ କରି କାର୍ଯ୍ୟ କଲେ ଦୁର୍ଘଟଣା ହେବ ନାହିଁ ବୋଲି ମଧ୍ୟ ଅତିଥିମାନେ କହିଥିଲେ। ଲାଇନ୍‌ମ୍ୟାନ୍‌ ଆମର ମେରୁଦଣ୍ଡ। ସେମାନଙ୍କ କାର୍ଯ୍ୟଶୈଳୀ ହିଁ ବିଦ୍ୟୁତ୍‌ ବିଭାଗକୁ ପ୍ରଶଂସା ଆଣିଥାଏ ବୋଲି ମଧ୍ୟ ବକ୍ତାମାନେ କହିଥିଲେ। ଏହି ଅବସରରେ ଉତ୍ତମ କାର୍ଯ୍ୟ କରୁଥିବା କର୍ମଚାରୀ ଓ ଅଧିକାରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଭଞ୍ଜନଗର ଟାଟା ପାଓ୍ବାର ଅଧୀକ୍ଷଣ ଯନ୍ତ୍ରୀ ଅଭିଜିତ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବିଭିନ୍ନ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଅଧୀକ୍ଷଣ ଯନ୍ତ୍ରୀ ପାଢ଼ୀ ସମନ୍ୟୟ ରକ୍ଷା କରି କାର୍ଯ୍ୟ କରିବାକୁ ସମସ୍ତ କର୍ମଚାରୀଙ୍କୁ କହିଥିଲେ। ଏଥିସହ ଜିରୋ ଦୁର୍ଘଟଣା ଯେଭଳି ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ ଆହ୍ବାନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀଯନ୍ତ୍ରୀ ତପନ କୁମାର ସାର, ଅମିତ ରଞ୍ଜନ, ସୁବାସ ଚନ୍ଦ୍ର ସେଠୀ, ଅଶୋକ ଦାସ, ରାଜେଶ୍ୱରୀ ଦାସ, ଶଙ୍କର ପ୍ରସାଦ ସିଂଘ, ସୁଦୀପ କୁମାର ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସୁରକ୍ଷା ଅଧିକାରୀ ସୁବାସ ଚନ୍ଦ୍ର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri