ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଗଞ୍ଜାମ,୫।୫(ଡି.ଏନ.ଏ. ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ଶୁକ୍ରବାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଜସ୍ମିନ ପ୍ରଧାନ, ଜିଲାପରିଷଦ ସଭ୍ୟ ସନାତନ ବେହେରା, ସହକାରୀ ଯନ୍ତ୍ରୀ ଦିଗାମ୍ବର ନାୟକ, ଜିପିଓ ଶ୍ରୀକାନ୍ତ କୁମାର ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ। କାମଧେନୁ ସେବା ସମବାୟ ସମିତି ସମ୍ପାଦକ ଟୁନା ମହାରଣା ଆସୁଥିବା ବାତ୍ୟା ସମ୍ପର୍କରେ ସାମୟିକ ସୂଚନା ଦେଇଥିଲେ। ତେବେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ବାତ୍ୟା ପୂର୍ବରୁ, ବାତ୍ୟା ସମୟରେ ଏବଂ ବାତ୍ୟା ପରେ ଏ ସମସ୍ତ କ୍ଷେତ୍ରରେ ବ୍ଲକ ପ୍ରଶାସନ ସମ୍ପୂଣ୍ଣର୍ର୍ ପ୍ରସ୍ତୁତ ଥିବା ବିଡ଼ିଓ ଜସ୍ମିନ ପ୍ରଧାନ କହିଛନ୍ତି ।  ଏଥିପାଇଁ ୧୦୦ଟି ସାଇକ୍ଲୋନ ସେଣ୍ଟର ଚି଼ହ୍ନଟ କରାଯାଇଛି । ପାଣିପାଗ ବିଭାଗଠାରୁ ସୂଚନା ପାଇବା ପରେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବ ସେନେଇ ଜନପ୍ରତିନିଧିଙ୍କ ମତାମତ ଲୋଡ଼ିଥିଲେ ବିଡ଼ିଓ । ବିଶେଷ କରି ଗର୍ଭବତୀ ମହିଳା, ଶିଶୁ, ଭିନ୍ନକ୍ଷମ, ରୋଗୀ, ବୃଦ୍ଧାବୃଦ୍ଧଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଥିବା ବିଡ଼ିଓ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ସ୍ୱାସ୍ଥ୍ୟ ସେବା ଉପରେ ଯୁଦ୍ଧର ଚେଙ୍କ: ବଢ଼ିପାରେ ପାରାସିଟାମଲ ଏବଂ ଆଣ୍ଟିବାୟୋଟିକ୍ସ ଦାମ୍‌!

ନୂଆଦିଲ୍‌ଲୀ,୨୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଖାଡ଼ି ଅଞ୍ଚଳରେ ଦେଖାଦେଇଥିବା ଅସ୍ଥିରତା ଯୋଗୁଁ ଭାରତର ପ୍ରାୟ ୫୦ ଅରବ ଡଲାର (୫୦ ବିଲିୟନ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

ଏବେ ପାକିସ୍ତାନ ରାଜନୀତିରେ ‘ଅସରପା’ଙ୍କ ଏଣ୍ଟ୍ରି! ଆରମ୍ଭ ହେଲା ‘କକ୍ରୋଚ ଆୱାମୀ ପାର୍ଟି’

ଇସଲାମବାଦ,୨୨।୫: ଭାରତର ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିବା “କକ୍ରୋଚ ଜନତା ପାର୍ଟି” (CJP) ବର୍ତ୍ତମାନ ପଡ଼ୋଶୀ ଦେଶ ପାକିସ୍ତାନରେ ପହଞ୍ଚିଛି। ଭାରତରେ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri