ନିଜ ସ୍ବାର୍ଥକୁ ଗୁରୁତ୍ୱ ଦେଉଛନ୍ତି ବିରୋଧୀ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ବିରୋଧୀ ଦଳଗୁଡିକ କୃଷକଙ୍କ ଅପେକ୍ଷା ନିଜ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଯାହା ଦୁଃଖର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଦେଶରେ ବ୍ରିଟିଶ ଯୁଗର ଆଇନକୁ ହଟାଇବା ଏବଂ ଲାଇସେନ୍ସ ରାଜ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ ଇଚ୍ଛା ସହ କାର୍ଯ୍ୟ କରୁଛନ୍ତି । ବିଭିନ୍ନ ସଂସ୍କାରମୂଳକ ପରିବର୍ତ୍ତନ କରି ଦେଶବାସୀଙ୍କ ଦୀର୍ଘଦିନର ଦାବି ପୂରଣ କରି ସେମାନଙ୍କ ଆଶା ଓ ଆକାଂକ୍ଷାକୁ ପୂରା କରୁଛନ୍ତି। କଂଗ୍ରେସ ୨୦୧୪ ପରଠାରୁ ମୋଦି ସରକାରଙ୍କ ଦ୍ୱାରା ନିଆଯାଇଥିବା ସବୁ ଭଲ ପଦକ୍ଷେପକୁ ବିରୋଧ କରିଆସୁଛି। ନିଜ ପ୍ରତିଶ୍ରୁତିକୁ କଂଗ୍ରେସ ପୂରଣ ନ କରି ନିଜ ଦାୟିତ୍ୱରୁ ଓହରୁଛି । ପାର୍ଲାମେଣ୍ଟରେ କୃଷି ବିଲ୍‌ ପାରିତ ହେବା ଦ୍ୱାରା ବିରୋଧୀଙ୍କ ଚାଷୀ ବିରୋଧୀ ଚେହେରା ପଦାରେ ପଡ଼ିଛି। କୃଷି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଆମ କୃଷକଙ୍କୁ ସ୍ବାଧୀନତା ପ୍ରଦାନ କରିବା ସହ ସଶକ୍ତ କରିବ। ବିରୋଧୀ ଦଳ ପକ୍ଷରୁ ଅନେକ ଚାଷୀଙ୍କ ନେତୃତ୍ୱ ନେଉଥିବା ନେତାଙ୍କ ଦ୍ୱାରା କୃଷି ବିଲ୍‌ ଉପରେ ଅପପ୍ରଚାର ସତ୍ତ୍ବେ ୧୩୦ କୋଟି ଜନତା ପୁଣିଥରେ ମିଥ୍ୟା ପ୍ରଚାରକାରୀଙ୍କ ମୁଖା ଖୋଲିବେ ବୋଲି ଧର୍ମେନ୍ଦ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?