ଡାଟା ଶକ୍ତିର ବ୍ୟବହାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧।୨: ଆମାଜନ୍‌ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌)ର ଆଉ ଏକ ନୂତନ ରିସର୍ଚ୍ଚ ରିପୋର୍ଟର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଡାଟା ଶକ୍ତିର ବ୍ୟବହାର କରୁଥିବା ସଂସ୍ଥାଗୁଡ଼ିକ ନିଜର ବାର୍ଷିକ ବ୍ୟବସାୟ ରାଜସ୍ବକୁ ୧୩.୬% ଯାଏଁ ବୃଦ୍ଧିକରି ପାରିବେ ବୋଲି ଉକ୍ତ ରିର୍ପୋଟରେ ଉଲ୍ଲେଖ କରାଯାଇଛି। ଏପରିକି ବୃହତ୍‌ ସଂସ୍ଥାଗୁଡିକ ପାଇଁ ଏହା ଅତିରିକ୍ତ ବାର୍ଷିକ ରାଜସ୍ବରେ ୭୪୫୧ ମିଲିୟନ ଟଙ୍କା ସହ ସମାନ ବୋଲି ଏଡବ୍ଲ୍ୟୁଏସ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ଏଡବ୍ଲ୍ୟୁଏସ୍‌ ଦ୍ୱାରା ନିର୍ଦ୍ଦେଶିତ ଓ ଡିଲଏଟ୍‌ ଆକ୍‌ସେସ୍‌ ଇକୋନୋମିକ୍ସ ଦ୍ୱାରା ପ୍ରସ୍ତୁତ ଡିମିଷ୍ଟିଫାଇଙ୍ଗ୍‌ ଡାଟା ୨୦୨୨ ରିପୋର୍ଟରେ ଭାରତୀୟ ସଂସ୍ଥାଗୁଡ଼ିକରେ ବ୍ୟବସାୟିକ ନିଷ୍ପତ୍ତି ନେଉଥିବା ୫୨୧ଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ଏଡବ୍ଲ୍ୟୁଏସ୍‌ ସର୍ଭେ କରିଥିଲା। ଉକ୍ତ ସର୍ଭେରେ ସାମିଲ ହୋଇଥିବା ଭାରତୀୟ ସଂସ୍ଥାଗୁଡ଼ିକ ମଧ୍ୟରୁ ପ୍ରାୟ ୬୩% ଶେୟାର କରିଥିଲେ ଯେ, ପ୍ରଭାବୀ ରୂପେ ଡାଟା କ୍ୟାପ୍ଚର କରିବା ଓ ବିଶ୍ଳେଷଣ କରିବା ଦ୍ୱାରା ଉପତ୍ାଦକତା ବୃଦ୍ଧି ପାଇବା ସହ ବିକ୍ରି ଓ ରାଜସ୍ବ (୬୦%) ଏବଂ ଉନ୍ନତ ଗ୍ରାହକ ଅଭିଜ୍ଞତା (୫୬%) ମଧ୍ୟ ବୃଦ୍ଧି ପାଇପାରେ। ଏ ସମ୍ପର୍କରେ ଡିଲଏଟ୍‌ରେ ସହଯୋଗୀ ଥିବା ମୋନୋଜିତ୍‌ ମଜୁମଦାର କହିଛନ୍ତି, ‘ସଂସ୍ଥାଗୁଡ଼ିକ ଡିଜିଟାଲ ରୂପାନ୍ତରଣରେ ଅଧିକ ନିବେଶ କରୁଥିବାରୁ ଏହା ଉପତ୍ାଦକତା ବୃଦ୍ଧି କରିବା, ଉପଭୋକ୍ତାଙ୍କ ବ୍ୟବସାୟ ପାଇଁ ଆର୍ଥିକ ରିଟର୍ନ ସୃଷ୍ଟି କରିବା ଏବଂ ଅର୍ଥନୀତି ଉପରେ ଏକ ସକାରାତ୍ମକ ପ୍ରଭାବ ପକାଇବା ପାଇଁ ଡାଟାର ଉନ୍ନତ ଉପଯୋଗ ଲାଗି ଏକ ସୁଯୋଗ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri