ମେଶିନ ବଦଳରେ ଜବ୍‌କାର୍ଡଧାରୀଙ୍କୁ କାମ ଦିଅ

ଏରସମା,୩୧।୧୨(ସ୍ବ.ପ୍ର.): ଏରସମା ବ୍ଲକ ସଭାଗୃହରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ହଟ୍ଟଗୋଳ ମଧ୍ୟରେ ଶେଷ ହୋଇଛି। ଅଧ୍ୟକ୍ଷ ଲକ୍ଷ୍ମୀପ୍ରିୟା ମହାପାତ୍ର ଏଥିରେ ସଭାପତିତ୍ୱ କରିଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ମେଶିନରେ ନ କରି ଜବ କାର୍ଡଧାରୀଙ୍କ ମାଧ୍ୟମରେ କରିବାକୁ ଦାବି ହୋଇଥିଲା। ପ୍ରତି ପଞ୍ଚାୟତରେ ଜଳ ଜୀବନ ମିଶନ ପକ୍ଷରୁ ସ୍ଥାପନ କରାଯାଇଥିବା ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ଆଶାତୀତ ବିଳମ୍ବ ହେଉଛି ବୋଲି ନାରଦିଆ ପଞ୍ଚାୟତ ସରପଞ୍ଚ ସିମାଇ ଭୋଳ ଅଭିଯୋଗ କରିଥିଲେ। ବସୁଧା ଯୋଜନାରେ ବର୍ଷକୁ ୨ ଥର ଜଳରମାନ ପରୀକ୍ଷଣ ହେବା କଥା ମାତ୍ର ତାହା କରାଯାଉ ନ ଥିବାରୁ ଲେକେ ରୋଗାକ୍ରାନ୍ତ ହେଉଥିବା ନେଇ ସେ ଅଭିଯୋଗ କରିଥିଲେ ା ଏଥିସହ ପଞ୍ଚପଲି-ଗୋଡା ଆରଡି ରାସ୍ତା ଦୁରବସ୍ତା ଉପରେ ବୈଠକରେ ଅଭିଯୋଗ ହୋଇଥିଲା। ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିବା ହିତାଧିକାରୀଙ୍କ ଖର୍ଚ୍ଚ ତୁଳନାରେ ଅଧିକ ବିଲ ଆସୁଥିବା ନେଇ ହଟ୍ଟଗୋଳ ହୋଇଥିଲା। ତୁରନ୍ତ ଏନେଇ ପଦକ୍ଷେପ ନିଆ ନ ଗଲେ ହିତାଧିକାରୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଆଯାଇଥିଲା। ଗୋପାଳପୁର ଗ୍ରାମରୁ ଭାରିଶୋଳ ଦେଇ ମିର୍ଜାପୁର ପର୍ଯ୍ୟନ୍ତ ଯାଇଥିବା ସଫେଇରେ ଜଳ ନିଷ୍କାସନ ହୋଇପାରୁ ନାହଁ। ଫଳରେ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି ବୋଲି ସମିତି ସଭ୍ୟା ସନ୍ଧ୍ୟାରାଣୀ କୁଅଁର ଅଭିଯୋଗ କରିଥିଲେ ା କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯାଇ ନ ଥିବା ନେଇ କୁଅଁର କହି ଥିଲେ ା ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ବିଡିଓ କୈଳାସ ଚନ୍ଦ୍ର ବେହେରା, ଉପାଧ୍ୟକ୍ଷ ବିକାଶ ପରିଡାଙ୍କ ସହ ସରପଞ୍ଚ,ସମିତି ସଭ୍ୟ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri