ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ କଚାରୁ ପଞ୍ଚାୟତ ରାମପୁରବାସୀ କୁଆଁରମୁଣ୍ଡା ରେଞ୍ଜ କାର୍ଯ୍ୟାଳୟରେ ପହଞ୍ଚି ଉପଯୁକ୍ତ କ୍ଷତିପୂରଣ ଦାବି କରିଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ମୃତଦେହ ବ୍ୟବଚ୍ଛେଦ କରିବାକୁ ଦେବେ ନାହିଁ ବୋଲି ଜିଦ୍‌ରେ ରହିଥିଲେ।

ଶେଷରେ ରାଉରକେଲା ଡିଏଫ୍‌ଓ ଯଶୋବନ୍ତ ସେଠୀ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଗ୍ରାମବାସୀଙ୍କ ଦାବି ମୁତାବକ ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୧୦ ଲକ୍ଷ ପ୍ରଦାନ ସହ ପରିବାରର ଜଣଙ୍କୁ ବନ ବିଭାଗ ପକ୍ଷରୁ ଚାକିରି ଦେବା ପାଇଁ ପ୍ରତିଶ୍ରୁତି ମିଳିବା ପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ଏଥିରେ ଏକ ପ୍ରକାର ସହମତି ପ୍ରକାଶ କରିଥିଲେ। ଏହାପରେ କୁଆଁରମୁଣ୍ଡା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ଗ୍ରାମବାସୀଙ୍କ ପକ୍ଷରୁ ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁର, ଲାଲୁ ସିଂଦେଓ, ରାଜେଶ କେରକେଟା, ସରପଞ୍ଚ ଝୁବା ଟପ୍ପୋ, ସମିତି ସଭ୍ୟ ଅଶ୍ୱିନୀ କେରକେଟା, ବିରାଧର ସିଂ ପ୍ରମୁଖଙ୍କ ସହ ଶତାଧିକ ମହିଳା/ପୁରୁଷ ଉପସ୍ଥିତ ଥିଲେ। ଗ୍ରାମବାସୀଙ୍କ ଦାବିକୁ ବୀରମିତ୍ରପୁର ବିଧାୟକ ରୋହିତ ଜୋସେଫ ତିର୍କୀ ମଧ୍ୟ ଯଥାର୍ଥ ଦର୍ଶାଇ ସମର୍ଥନ କରିଥିଲେ।

ସେହିପରି ବନ ବିଭାଗ ପକ୍ଷରୁ ଡିଏଫଓ ସେଠୀ, ଏସିଏଫ୍‌ ସୁଜିତ ସାହୁ, କୁଆଁରମୁଣ୍ଡା ରେଞ୍ଜର ପଞ୍ଚ ନାରାୟଣ ସରାଫ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଥାଉକି, ମୃତ ସମରା କୁଆଁରମୁଣ୍ଡା ବନ ରେଞ୍ଜରେ ଠିକା କର୍ମଚାରୀଭାବେ କାର୍ଯ୍ୟ କରୁଥିଲେ। ସେ ବ୍ରାହ୍ମଣୀ ପାହାଡ଼ରେ ଲାଗିଥିବା ନିଆଁ ଲିଭାଉଥିଲା ବେଳେ ନିଜେ ଜଳି ଯାଇଥିଲେ। ନିରାପତ୍ତା ଓ ସୁରକ୍ଷା ବ୍ୟବସ୍ଥା ଢିଲା ଯୋଗୁ ତାଙ୍କର ମୃତ୍ୟୁ ହେଲା ବୋଲି ଗ୍ରାମବାସୀମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri