ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ କଚାରୁ ପଞ୍ଚାୟତ ରାମପୁରବାସୀ କୁଆଁରମୁଣ୍ଡା ରେଞ୍ଜ କାର୍ଯ୍ୟାଳୟରେ ପହଞ୍ଚି ଉପଯୁକ୍ତ କ୍ଷତିପୂରଣ ଦାବି କରିଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ମୃତଦେହ ବ୍ୟବଚ୍ଛେଦ କରିବାକୁ ଦେବେ ନାହିଁ ବୋଲି ଜିଦ୍‌ରେ ରହିଥିଲେ।

ଶେଷରେ ରାଉରକେଲା ଡିଏଫ୍‌ଓ ଯଶୋବନ୍ତ ସେଠୀ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଗ୍ରାମବାସୀଙ୍କ ଦାବି ମୁତାବକ ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୧୦ ଲକ୍ଷ ପ୍ରଦାନ ସହ ପରିବାରର ଜଣଙ୍କୁ ବନ ବିଭାଗ ପକ୍ଷରୁ ଚାକିରି ଦେବା ପାଇଁ ପ୍ରତିଶ୍ରୁତି ମିଳିବା ପରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ଏଥିରେ ଏକ ପ୍ରକାର ସହମତି ପ୍ରକାଶ କରିଥିଲେ। ଏହାପରେ କୁଆଁରମୁଣ୍ଡା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ଗ୍ରାମବାସୀଙ୍କ ପକ୍ଷରୁ ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁର, ଲାଲୁ ସିଂଦେଓ, ରାଜେଶ କେରକେଟା, ସରପଞ୍ଚ ଝୁବା ଟପ୍ପୋ, ସମିତି ସଭ୍ୟ ଅଶ୍ୱିନୀ କେରକେଟା, ବିରାଧର ସିଂ ପ୍ରମୁଖଙ୍କ ସହ ଶତାଧିକ ମହିଳା/ପୁରୁଷ ଉପସ୍ଥିତ ଥିଲେ। ଗ୍ରାମବାସୀଙ୍କ ଦାବିକୁ ବୀରମିତ୍ରପୁର ବିଧାୟକ ରୋହିତ ଜୋସେଫ ତିର୍କୀ ମଧ୍ୟ ଯଥାର୍ଥ ଦର୍ଶାଇ ସମର୍ଥନ କରିଥିଲେ।

ସେହିପରି ବନ ବିଭାଗ ପକ୍ଷରୁ ଡିଏଫଓ ସେଠୀ, ଏସିଏଫ୍‌ ସୁଜିତ ସାହୁ, କୁଆଁରମୁଣ୍ଡା ରେଞ୍ଜର ପଞ୍ଚ ନାରାୟଣ ସରାଫ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଥାଉକି, ମୃତ ସମରା କୁଆଁରମୁଣ୍ଡା ବନ ରେଞ୍ଜରେ ଠିକା କର୍ମଚାରୀଭାବେ କାର୍ଯ୍ୟ କରୁଥିଲେ। ସେ ବ୍ରାହ୍ମଣୀ ପାହାଡ଼ରେ ଲାଗିଥିବା ନିଆଁ ଲିଭାଉଥିଲା ବେଳେ ନିଜେ ଜଳି ଯାଇଥିଲେ। ନିରାପତ୍ତା ଓ ସୁରକ୍ଷା ବ୍ୟବସ୍ଥା ଢିଲା ଯୋଗୁ ତାଙ୍କର ମୃତ୍ୟୁ ହେଲା ବୋଲି ଗ୍ରାମବାସୀମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri