ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ କର୍ମଚାରୀ ହେଲେ ରିଆମାଳ ଥାନା ଧରମପୁର ଗାଁର ଟୁନା ସାହୁ(୩୮) ।

ସୂଚନା ଅନୁସାରେ, ଟିପିଡବ୍ଲୁଓଡିଏଲରେ ହେଲ୍‌ପର ଭାବେ କାମ କରୁଥିଲେ ଟୁନା । ଖୁଂଟ ଉପରେ ଚଢି ସଜାଡୁଥିବା ବେଳେ ବିଦ୍ୟୁତ ଝଟକାରେ ତଳେ ପଡିଯାଇଥିଲେ । ତେବେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବମ୍ପରଡା ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଛି । ଡାକ୍ତରଖାନାରେ ମୃତ ଘୋଷଣା ପରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ପରିବାର ଏବଂ ସ୍ଥାନୀୟ ଲୋକେ ଦୀର୍ଘ ସମୟ ପର୍ଯ୍ୟନ୍ତ ଶବ ଛାଡିନଥିଲେ । ପରେ ବିଭାଗୀୟ ଅଧିକାରୀ ବୁଝାସୁଝା କରି କ୍ଷତିପୂରଣ ପାଇଁ ରାଜି ହେବାରୁ ସନ୍ଧ୍ୟା ପ୍ରାୟ ୬ ଟାରେ ବ୍ୟବଚ୍ଛେଦ ପାଇଁ ଶବ ଛଡା ଯାଇଥିଲା ।

ମିଳିଥିବା ସୂଚନା ଅନୁଯାୟୀ, କଲା ଗ୍ରାମର ଜଣେ ଉପଭୋକ୍ତାଙ୍କ ବିଦ୍ୟୁତ ସଂଯୋଗ କଟି ଯାଇଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ପାଇବା ପରେ ବିଦେଇ-ବଡକୁଦର ସେକ୍ସନରେ ଟିପିଡବ୍ଲୁଓଡିଏଲ ଅଧିନରେ ସହାୟକ (ହେଲପର) ଭାବେ କାମ କରୁଥିବା ଟୁନା ମରାମତି ପାଇଁ ସେଠାକୁ ଯାଇ ବିଦ୍ୟୁତ ଖୁଂଟରେ ଚଢିଥିଲେ । ମାତ୍ର ବିଦ୍ୟୁତ ସ୍ପର୍ଶରେ ଆସୁ ଖୁଂଟରୁ ତଳେ ପଡି ଯାଇଥିବା ବେଳେ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବମ୍ପରଡା ଡାକ୍ତରଖାନାରେ ଭର୍ତି କରିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଖବର ପାଇ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ, ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁଙ୍କ ସମେତ ବହୁ ଜନସାଧାରଣ ଡାକ୍ତରଖାନାକୁ ଯାଇ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ସମେତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି କରିଥିଲେ । ଦାବି ପୂରଣ ନହେଲେ ବ୍ୟବଚ୍ଛେଦ ପାଇଁ ଶବ ଛଡାଯିବ ନାହିଁ ବୋଲି ଚେତାବନୀ ଦେଇଥିଲେ । ତେବେ ଟିପିଡବ୍ଲୁଓଡିଏଲର ଏସଡିଓ ଦିବ୍ୟଲୋଚନ ନାୟକ ଏବଂ କନିଷ୍ଠ ଯନ୍ତ୍ରୀ ରମେଶ ଚନ୍ଦ୍ର ଶୁନାନୀ ଲୋକଙ୍କୁ ବୁଝାସୁଝା କରିବା ସହିତ ବିଭାଗ ତରଫରୁ ଅଢ଼େଇ ଲକ୍ଷ ଟଙ୍କା ସହାୟତା, ପରିବାରର ଜଣକୁ ଚାକିରୀ ଏବଂ ବିଧବା ସ୍ତ୍ରୀଙ୍କୁ ପେନସନ ପ୍ରଦାନ ସମେତ ମୃତକଙ୍କ ଇନସ୍ୟୁରାନ୍ସରେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇବା ନେଇ ପ୍ରତିଶୃତି ଦେଲା ପରେ ବ୍ୟବଚ୍ଛେଦ ପାଇଁ ଶବ ଛାଡିଥିଲେ । ଏନେଇ ବାରକୋଟ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?