‘ପରିଶ୍ରମୀଙ୍କୁ ପରିଚୟ ମିଳିବା ଆବଶ୍ୟକ’

ଭୁବନେଶ୍ୱର,୧୨।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥରେ କାର୍ଯ୍ୟରତ ୮ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ରେଳପଥ ପକ୍ଷରୁ ପୁରସ୍କୃତ କରାଯାଇଛି। ଏପରିକି ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ୮ ରେଳ କର୍ମଚାରୀଙ୍କୁ ପୁରସ୍କୃତ କରିଛନ୍ତି।
ଏ ସମ୍ପର୍କରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶର୍ମା କହିଛନ୍ତି, ଗ୍ୟାଙ୍ଗ୍‌ମ୍ୟାନ୍‌, ଟ୍ରଲିମ୍ୟାନ୍‌, ଗେଟ୍‌ମ୍ୟାନ୍‌, ଓଏଚ୍‌ଇ ଖଲାସି ଏବଂ ଅନ୍ୟାନ୍ୟ ରକ୍ଷଣାବେକ୍ଷଣ କ୍ୟାଡର କର୍ମଚାରୀଙ୍କ କଠିନ ପରିଶ୍ରମ ଏବଂ ସତର୍କତା ଯୋଗୁ ରେଳପଥ ଅନେକ ସଫଳତା ହାସଲ କରିଛି। ସେମାନେ ନିରାପଦ ସହକାରେ ଟ୍ରେନ୍‌ ଚଳାଚଳ ପାଇଁ ଆବଶ୍ୟକ କାର୍ଯ୍ୟ କରୁଛନ୍ତି। ବିଶେଷକରି ପୂର୍ବତଟ ରେଳପଥରେ ଦିନରାତି କଠିନ ପରିଶ୍ରମ କରୁଛନ୍ତି। ସେମାନଙ୍କୁ ସ୍ବୀକୃତି ପ୍ରଦାନ କରିବା ଉଚିତ ବୋଲି ସେ ମତପ୍ରକାଶ କରିଛନ୍ତି। ଏପରିକି ପରିଶ୍ରମୀ କର୍ମଚାରୀଙ୍କୁ ପରିଚୟ ମିଳିବା ଆବଶ୍ୟକ ବୋଲି ଶର୍ମା ବିସ୍ତୃତ ଭାବେ ଆଲୋକପାତ କରିବା ସହ ସେ ମଧ୍ୟ ରେଳପଥ କର୍ମଚାରୀଙ୍କୁ ନିବେଦନ କରିଛନ୍ତି ଯେ କାର୍ଯ୍ୟରତ ଥିବା ସମୟରେ ସତର୍କ ରୁହନ୍ତୁ, ଯାହା ଦ୍ୱାରା ଯାତ୍ରୀ ଏବଂ ଟ୍ରେନ୍‌ ନିରାପତ୍ତା ସମ୍ଭବ ହୋଇପାରିବ। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ସମେତ ରେଳପଥର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri