୨୩ ଦିନରେ କର୍ମଚାରୀଙ୍କ ଧାରଣା

ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଫାଟକ ସମ୍ମୁଖରେ କର୍ମଚାରୀମାନଙ୍କ ଧାରଣା ୨୩ ଦିନରେ ପହଞ୍ଚିଛି। ଗତ ଏପ୍ରିଲ ୨୫ରୁ ଧାରଣା ଆରମ୍ଭ ହୋଇଥିବା ବେଳେ ୨୯ ତାରିଖରେ ଭଦ୍ରକ ଉପଜିଲାପାଳ ମନୋଜ ପାତ୍ର, ଗ୍ରାମାଞ୍ଚଳ ଥାନାଧିକାରୀ ମୃତ୍ୟୁଞ୍ଜୟ ପ୍ରଧାନ, କଲେଜ ଅଧ୍ୟକ୍ଷ ଡ. ମୋହନ ପଣ୍ଡା ଧାରଣାରତ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ। କଲେଜର ବିଭିନ୍ନ ସୂତ୍ରରୁ ଆସୁଥିବା ଅର୍ଥକୁ ହିସାବ କରି କର୍ମଚାରୀମାନଙ୍କ ବକେୟା ଦରମା ପ୍ରଦାନ କରାଯିବ ବୋଲି ଉପଜିଲାପାଳ କହିଥିଲେ। କଲେଜ ଆୟବ୍ୟୟ ହିସାବରେ ଧାରଣା ଦେଇଥିବା କର୍ମଚାରୀଙ୍କୁ ସାମିଲ ନିମନ୍ତେ ସେମାନେ ଦାବି କରିଥିଲେ। ଏହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନ ଥିବାରୁ ଧାରଣା ଜାରି ରହିଥିବା କର୍ମଚାରୀମାନେ ପ୍ରକାଶ କରିଛନ୍ତି। ପ୍ରବଳ ଗ୍ରୀଷ୍ମପ୍ରବାହ ସତ୍ତ୍ୱେ ଏହି ଧାରଣା ଚାଲିଥିବା ବେଳେ ଧାରଣାସ୍ଥଳକୁ କୌଣସି ପ୍ରଶାସନିକ ଅଧିକାରୀ ନ ଆସିବା ସେମାନଙ୍କୁ ମର୍ମାହତ କରିଛି ବୋଲି କହିଛନ୍ତି।
କର୍ମଚାରୀଙ୍କୁ ପ୍ରତି ମାସ ୭ ତାରିଖରେ ନିୟମିତ ଦରମା ପ୍ରଦାନ, ୧୭ ମାସର ବକେୟା ପ୍ରାପ୍ୟ, ଅବସରପ୍ରାପ୍ତ ଏବଂ ମୃତ କର୍ମଚାରୀଙ୍କ ବକେୟା, ଏଲ୍‌ଆଇସି, ଇପିଏଫ୍‌, ଇଏସ୍‌ଆଇ, ବ୍ୟାଙ୍କ ଲୋନର କିସ୍ତି ନିର୍ଦ୍ଧାରିତ ସମୟରେ ଦାଖଲ କରିବା ଆଦି ଦାବିରେ କର୍ମଚାରୀ ସଂଘ ପକ୍ଷରୁ ପ୍ରବୀର ମହାନ୍ତି, ବୀରେନ୍ଦ୍ର ବାରିକ, ପ୍ରଫୁଲ୍ଲ ଜେନା, ବିଜୟ ରାଉତ, ରଶ୍ମି ପଣ୍ଡା, ରଘୁନାଥ ନାୟକ, ନିତ୍ୟାନନ୍ଦ ଜେନା ପ୍ରମୁଖ କର୍ମଚାରୀ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri