କମ୍ପାନୀ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଜିଲାର ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟସେବା ସୁବିଧା ଏବଂ କମ୍ପାନୀ ପକ୍ଷରୁ ନିଆଯାଇଥିବା ଜନମଙ୍ଗଳ କାର୍ଯ୍ୟର ସମୀକ୍ଷା କରିଛନ୍ତି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାସାୟନିକ ଦୁର୍ଘଟଣା, ବିପର୍ଯ୍ୟୟର ମୁକାବିଲା ଲାଗି ଗଠିତ ଦଳର ଭୂମିକା, କାରଖାନା ଓ ବାଷ୍ପିତ୍ର ବିଭାଗ ଦ୍ୱାରା କାର୍ଯ୍ୟକାରୀ ଆଇନଗୁଡ଼ିକୁ ଜିଲାପାଳ ସମୀକ୍ଷା କରିଥିଲେ।
ପ୍ରାରମ୍ଭରେ କାରଖାନା ଓ ବାଷ୍ପିତ୍ର ବିଭାଗର ଅନୁଗୋଳ ମଣ୍ଡଳ ସହ ନିର୍ଦ୍ଦେଶିକା ଅର୍ଜନା ଦାସ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ତୀବ୍ର ଜ୍ୱଳନଶୀଳ ଦ୍ରବ୍ୟ ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ବିଭାଗୀୟ ଉପନିର୍ଦ୍ଦେଶକ ଅବନୀକାନ୍ତ ନାୟକ କାରଖାନାଗୁଡ଼ିକ ସମ୍ପର୍କରେ ସମ୍ୟକ ଧାରଣା ଦେଇଥିଲେ। ଜରୁରୀ ସମୟରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟର ମୁକାବିଲା ପାଇଁ ସର୍ବଦା ପ୍ରସ୍ତୁତ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। କମ୍ପାନୀରେ ସମ୍ଭାବ୍ୟ ଦୁର୍ଘଟଣା ସମୟରେ ତ୍ୱରିତ ସେବା ଲାଗି ଜିଲାରେ ଏକ ଆପାତକାଳୀନ ଯାନ କେନ୍ଦ୍ର ପ୍ରତିଷ୍ଠା କରିବା ଲାଗି ଆଲୋଚନା କରାଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅକ୍ଷୟ କୁମାର ପଣ୍ଡା, ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ବିଭିନ୍ନ କାରଖାନାର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri