ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଘଟଣ: ମାନସିକ ଚାପ ପ୍ରତିବାଦରେ ଆତ୍ମହତ୍ୟା ଉଦ୍ୟମ କଲେ କର୍ମଚାରୀ

ସମ୍ବଲପୁର,୨୦।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଘଟିଛି ଅଘଟଣ। ବିଶ୍ୱବିଦ୍ୟାଳୟର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ବରିଷ୍ଠ ଅଧିକାରୀଙ୍କ ଚାପ ସହି ନ ପାରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ଦୀନବନ୍ଧୁ। ମଙ୍ଗଳବାର ସକାଳେ କର୍ମଚାରୀଜଣଙ୍କ ହଠାତ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଚାକିରିକୁ ସ୍ଥାୟୀ କରିବା, ଦରମା ବଢ଼ାଇବା ସହ କାମର ଚାପ କମାଇବା ପାଇଁ ଦୀନବନ୍ଧୁ ଆଗରୁ କୂଳପତିଙ୍କୁ ଅନେକ ଥର ଗୁହାରି କରିଥିଲେ। ହେଲେ ତାଙ୍କ ଦାବି ପ୍ରତି କେହି କର୍ଣ୍ଣପାତ ନ କରିବାରୁ ସେ ଏକାଡେମୀର କାଉନସିଲ ବୈଠକ ଚାଲୁଥିବା ସମୟରେ ଏଭଳି କାଣ୍ଡ ଘଟାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଦୀନବନ୍ଧୁଙ୍କ ଶରୀରର ୯୦ ଭାଗ ପୋଡିଯାଇଥିବା ଜଣାପଡ଼ିଛି ।

ଘଟଣା ନେଇ ଦୀନବନ୍ଧୁ ଙ୍କ ପୁଅ ଅଭିଷେକ କହିଛନ୍ତି, ଯେତେ କହିଲେବି ଶୁଣିଲେନାହିଁ। ଶାରୀରିକ, ମାନସିକ, ଆର୍ଥିକ ଭାବେ ନିର୍ଯାତନା ଦେଲେ। କୋର୍ଟଙ୍କ ଆଦେଶ ବି ମାନିଲେ ନାହିଁ। ଦୀର୍ଘ ଦିନ କେହି ଗୁହାରି ନ ଶୁଣିବାରୁ ମାନସିକ ଭାରସାମ୍ୟ ହରାଇ ବସିଥିଲେ। ଶେଷରେ ସେଲ୍ପ ଡିମୋଲିସନ ପନ୍ଥା ଅବଲମ୍ବନ କରିଛନ୍ତି। ସେ ଘରେ, ବାହାରେ ସବୁବେଳେ ଅନ୍ୟମନସ୍କ ରହୁଥିଲେ। ତାଙ୍କର ଏଭଳି ଅବସ୍ଥା ପାଇଁ କେବଳ ବିଶ୍ୱବିଦ୍ୟାଳୟ ବରିଷ୍ଠ ଅଧିକାରୀ ଦାୟୀ ବୋଲି ସେ କହିଛନ୍ତି । ଜଣେ ତଳିଆ କର୍ମଚାରୀଙ୍କ କଥାକୁ ଗୁରୁତର ଭାବେ ନ ନେବାରୁ ଏଭଳି ଅଭାବନୀୟ ଘଟଣା ଘଟିଗଲା ବୋଲି ବିଶ୍ୱବିଦ୍ୟାଳୟ କର୍ମଚାରୀ ସଂଘ ସମ୍ପାଦକ କହିଛନ୍ତି । କର୍ମଚାରୀ ସଂଘ ଘଟଣାକୁ ଗୁରୁତର ସହ ନେଇଛି ଓ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri