ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ସମ୍ମାନିତ ଅତିଥି ଭାବେ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ହରେକୃଷ୍ଣ ଶତପଥି, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାକେଶ କୁମାର ସାହୁ, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦେବୀ ପ୍ରସାଦ ମହାପାତ୍ର, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲା କାର୍ଯ୍ୟକ୍ରମ ପରିଚାଳକ ଜାତୀୟ ସ୍ବାସ୍ଥ୍ୟ ମିଶନ ଦିଲୀପ କୁମାର ଦୁବେ ପ୍ରମୁଖ ଯୋଗଦେଇଥିଲେ।

ଅତିଥିମାନେ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଉଲ୍ଲେଖ କରିବା ସହ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସଚେତନତା, ସ୍ବାସ୍ଥ୍ୟ ସେବା ସହିତ ଗାଁର ଉନ୍ନତି ଓ ବିକାଶ କ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନୱାଡି କର୍ମୀ ଓ ଆଶା ଦିଦିଙ୍କ ପ୍ରମୁଖ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

ସେହିପରି ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା। ଜିଲାରେ ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ସହିତ ମହିଳା ଓ ଶିଶୁ ସ୍ବାସ୍ଥ୍ୟ, ଟିକାକରଣ, ଜଳ ଓ ପରିମଳ, ସ୍ବାସ୍ଥ୍ୟ ଓ ପୁଷ୍ଟିସାଧନ, ସଂକ୍ରାମକ ଓ ଅଣସଂକ୍ରାମକ ରୋଗ ସହିତ ଆଞ୍ଚଳିକସ୍ତରରେ ପରିଦୁଷ୍ଟ ରୋଗ ସମୂହର ପ୍ରତିରୋଧ ଓ ନିୟନ୍ତ୍ରଣ ଉପରେ ଆଲୋଚନା କରାଯାଇଥିଲା।

ଜିଲାରେ ଏହିସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ନିତ କରିବା ସହ ଅଗ୍ରଣୀ ଭୂମିକା ସହ କାର୍ଯ୍ୟଦକ୍ଷତାକୁ ଉତ୍ସାହିତ କରିବା ପାଇଁ ଯୋଗ୍ୟ ବିବେଚିତଙ୍କୁ ଅତିଥିମାନଙ୍କ ଦ୍ୱାର ପୁରସ୍କାର ପ୍ରଦାନ କରାଯାଇଥିଲା। ସମ୍ମିଳନୀରେ ଶ୍ରେଷ୍ଠ ବିବେଚିତ ଆଶା (ଗ୍ରାମାଞ୍ଚଳର ୧୩ ଓ ସହରାଞ୍ଚଳର ଜଣେ)ଙ୍କୁ ସ୍ବାସ୍ଥ୍ୟ ସେବା ସମ୍ମାନରେ ସମ୍ମାନିତ କରାଯାଇଥିଲା।

୧୩ ସ୍ବାସ୍ଥ୍ୟ ଉପକେନ୍ଦ୍ରକୁ ଶ୍ରେଷ୍ଠ ଆରୋଗ୍ୟ ସମିତି ପୁରସ୍କାର, ୧୩ ଗାଁ କଲ୍ୟାଣ ସମିତିକୁ ସୁସ୍ଥ ଗାଁ ପୁରସ୍କାର ଓ ସହରାଞ୍ଚଳ ସ୍ବାସ୍ଥ୍ୟ ଉପକେନ୍ଦ୍ରସ୍ତରରୁ ୨୮ ମହିଳା ଆରୋଗ୍ୟ ସମିତିକୁ ପୁରସ୍କାର ସହିତ ସାର୍ଟିଫିକେଟ ଏବଂ ଅନୁଦାନ ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲାର ସମସ୍ତ ବ୍ଲକର ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ, ଅଙ୍ଗନୱାଡି କର୍ମୀ, ଗାଁ କଲ୍ୟାଣ ସମିତି କର୍ମକର୍ତ୍ତା, ଆଶା କର୍ମୀ ଓ ଜିଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?