ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇପାରିବେନି କର୍ମଚାରୀ

କଟକ ଅଫିସ୍‌,୩୦।୫: କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ପୋଷ୍ଟିଂ ପାଇଁ ଚାପ ପକାଇବା ଏବଂ ବଦଳି ହେବାକୁ ନ ଚାହିଁବାର ଆଇନଗତ କିମ୍ବା ବୈଧାନିକ ଅଧିକାର ସରକାରୀ କର୍ମଚାରୀଙ୍କର ନାହିଁ। ପଦୋନ୍ନତି ପାଇ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅବସ୍ଥାପିତ ହେବାକୁ ଚାହୁଁ ନ ଥିବା ଜଣେ ସହକାରୀ ଶିକ୍ଷକଙ୍କ ଆବେଦନକୁ ଓଡିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ଜଷ୍ଟିସ୍‌ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଜଣିକିଆ ଖଣ୍ଡପୀଠ ରିଟ୍‌ ପିଟିଶନ ଖାରଜ କରିବା ଅବସରରେ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଆବେଦନକାରୀ ଲେଫ୍ରିପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କର ପ୍ରଧାନଶିକ୍ଷକ ଭାବେ ଅନ୍ୟତ୍ର ବଦଳି ହୋଇଥିଲା। ଉକ୍ତ ସ୍ଥାନ ତାଙ୍କ ଘରଠାରୁ ୧୪୦ କିଲୋମିଟର ଦୂର। ତାଙ୍କର ଜଟିଳ ଆଣ୍ଠୁଗଣ୍ଠି ରୋଗ ଥିବାରୁ ଏତେଦୂର ଯାଇପାରିବେ ନାହିଁ କହି ପଦୋନ୍ନତି ବାତିଲ କରି ତାଙ୍କୁ ପୂର୍ବ ସ୍ଥାନରେ ରଖିବା ଲାଗି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ନିକଟରେ ଆବେଦନ କରିଥିଲେ। ତାଙ୍କ ଆବେଦନକୁ ଶିକ୍ଷା ବିଭାଗ ଖାରଜ କରିଦେବା ପରେ ନିକଟସ୍ଥ କୌଣସି ସ୍କୁଲ୍‌ରେ ଅବସ୍ଥାପିତ କରିବା ଲାଗି ସେ ପୁନଃ ଆବେଦନ କରିଥିଲେ। ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି, ସେହି ସମୟର ଖାଲିସ୍ଥାନ ଉପଲବ୍ଧ ଥିବା ଲାଠିକଟାର ଦେଓକରନ ବିଦ୍ୟାପୀଠର ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ଦିଆଯାଇଛି। ସେ ନିଜ ଇଚ୍ଛାରେ ପଦୋନ୍ନତିକୁ ଗ୍ରହଣ ନ କରିବାକୁ ନିଷ୍ପତ୍ତି ନେଇ ନିଯୁକ୍ତି କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶର ଅବମାନନା କରିଛନ୍ତି। ସେ ଏହାକୁ ଚ୍ୟାଲେଞ୍ଜ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri