Posted inଜାତୀୟ

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏ ସମ୍ପର୍କିତ ୨୦୧୭ ଅକ୍ଟୋବରର ଏକ ରାୟକୁ ଜଣେ ଅଧ୍ୟାପିକା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ତାଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ଅଧ୍ୟାପିକା ଜଣକ ଆମ୍ରୋହାରୁ ଗୌତମ ବୁଦ୍ଧ ନଗରକୁ ବଦଳି ହେବାକୁ ଚାହୁଁଥିଲେ। କର୍ତ୍ତୃପକ୍ଷ ତାଙ୍କ ଆବେଦନକୁ ଅଗ୍ରାହ୍ୟ କରିଦେବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଲ୍ଲାହାବାଦ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଥିଲେ। କର୍ମଚାରୀ କୌଣସି ସ୍ଥାନକୁ ବଦଳି ହେବା ପାଇଁ କହିପାରିବେ ନାହିଁ। ବଦଳି କରିବା ନିଯୁକ୍ତିଦାତାଙ୍କ କାର୍ଯ୍ୟ। ସେ ଆବଶ୍ୟକତାକୁ ଚାହିଁ କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ଅନିରୁଦ୍ଧ ବୋଷଙ୍କ ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶନାମାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri