ଭୋଟ୍‌ ଗ୍ରହଣ ଦିନ ସରକାରୀ, ବେସରକାରୀ କର୍ମଚାରୀଙ୍କୁ ସବୈତନିକ ଛୁଟି ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭୋଟ୍‌ ଗ୍ରହଣ ଦିନ କର୍ମଚାରୀଙ୍କୁ ସବୈତନିକ ଛୁଟି ଦେବାକୁ ରାଜ୍ୟ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଏବଂ ବେସରକାରୀ କର୍ମଚାରୀଙ୍କୁ ଭୋଟ୍‌ ଦେବାକୁ ଛୁଟି ଦେବା ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ରାମାଞ୍ଚଳରେ ବିଭିନ୍ନ ଅନୁଷ୍ଠାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ବି ଛୁଟି ମିଳିବ। ବୁଥ୍‌ଠାରୁ କାର୍ଯ୍ୟକ୍ଷେତ୍ର ଦୂରରେ ଥିଲେ କର୍ମଚାରୀମାନଙ୍କୁ ୩ ଦିନର ସ୍ବତନ୍ତ୍ର ସିଏଲ୍‌ ଦିଆଯିବ।

ସେହିପରି ଭୋଟ୍‌ ହେବାର ୪୮ ଘଣ୍ଟା ପୂର୍ବରୁ ଗୋଟିଏ ଦିନ ପର ପର୍ଯ୍ୟନ୍ତ ମଦ ଉପରେ ନିଷେଧାଦେଶ ଲାଗୁ କରାଯାଇଛି। ହୋଟେଲ, ରେଷ୍ଟୁରାଣ୍ଟ ଓ ଦୋକାନଗୁଡ଼ିକରେ ମଧ୍ୟ ସମାନ କଟକଣା ଜାରି କରାଯାଇଛି।

ସୂଚନାଯୋଗ୍ୟ, ଫେବୃୟାରୀ ୧୬,୧୮, ୨୦, ୨୨ ଓ ୨୪ରେ ଭୋଟ୍‌ ଗ୍ରହଣ କରାଯିବ। ସେହିପରି ୨୬, ୨୭ ଓ ୨୮ ରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲା ପରିଷଦ ଜୋନ୍‌ ଅନୁଯାୟୀ ହେବ। ଭୋଟଗଣତି ଶେଷ ପରେ ୨୮ରେ ଆଦର୍ଶ ଆଚରଣ ବିଧି ପ୍ରତ୍ୟାହୃତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ବ୍ୟାଙ୍କକ୍‌ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭

ବ୍ୟାଙ୍କକ୍‌,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ର ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri