ସମୂହ ଛୁଟିରେ ଅମଲା, ସରକାରୀ କାର୍ଯ୍ୟ ଠପ୍‌

ବରଗଡ଼ ଅଫିସ,୧ା୬: ଶିକ୍ଷାଗତ ଯୋଗ୍ୟତା ଭିତ୍ତିକ ମୂଳ ଦରମା ୪୨୦୦ ଗ୍ରେଡ୍‌ ପେ’ ଦାବିରେ ରାଜ୍ୟ ଅମଲା ମିଳିତ ମଞ୍ଚର ଆନ୍ଦୋଳନ ଚରମସୀମାରେ ପହଞ୍ଚିଛି। ଏହି ଦାବି ପୂରଣ ନେଇ ଅମଲାମାନେ ସ୍ମାରକପତ୍ର ପ୍ରଦାନ, ଧାରଣା, ବିକ୍ଷୋଭ ପ୍ରଦର୍ଶନ, କଳାବ୍ୟାଜ୍‌ ପରିଧାନ କରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାତ୍ର ଏପର୍ଯ୍ୟନ୍ତ ଅମଲାମାନଙ୍କ ଏହି ଦାବି ପୂରଣ ହୋଇନାହିଁ। ଫଳରେ ପୂର୍ବ ନିଷ୍ପତ୍ତି କ୍ରମେ ଗୁରୁବାରଠାରୁ ଅମଲାମାନେ ରାଜ୍ୟବ୍ୟାପୀ ସମୂହ ଛୁଟିରେ ଅଛନ୍ତି। ବରଗଡ଼ ଜିଲାରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ବରଗଡ଼ ଜିଲା ମିଳିତ ଅମଲା ମଞ୍ଚ ନେତୃତ୍ୱରେ ଅମଲାମାନେ ସମୂହ ଛୁଟିରେ ଅଛନ୍ତି। ନିଜ କାର୍ଯ୍ୟାଳୟ ଯିବା ବଦଳରେ ଦାବି ପୂରଣ ପାଇଁ ଜିଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅମଲାମାନେ କାର୍ଯ୍ୟରେ ଯୋଗ ଦେଇ ନ ଥିବାରୁ ରାଜସ୍ବ, ସ୍ବାସ୍ଥ୍ୟ, ଶିକ୍ଷା, ଟ୍ରେଜେରୀ, ରେଜିଷ୍ଟ୍ରି ଆଦି ବିଭାଗର ଅଫିସଗୁଡ଼ିକ ଖାଁ ଖାଁ ଲାଗୁଛି। ସବୁ କାର୍ଯ୍ୟାଳୟରେ ସରକାରୀ କାର୍ଯ୍ୟ ଠପ୍‌ ହୋଇଯାଇଛି। ୪୨୦୦ ଗ୍ରେଡ୍‌ ପେ’ ଦାବି ପୂରଣ ନେଇ ରାଜ୍ୟ ସରକାର ଠୋସ୍‌ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଅମଲାମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri