୯.୩୦ ସୁଦ୍ଧା କର୍ମଚାରୀଙ୍କୁ ଅଫିସ୍‌ରେ ପହଞ୍ଚିବାକୁ ନିର୍ଦ୍ଦେଶ: ନଚେତ୍‌ ବନ୍ଦ ହୋଇଯିବ ଗେଟ୍‌

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ଏହି କ୍ରମରେ ଆଜି ଲୋକସେବା ଭବନ ଘେରାଉ କରିବ ବିଜେଡି। ଏଥିପାଇଁ ସବୁ କର୍ମଚାରୀଙ୍କୁ ସାଢ଼େ ୯ଟା ସୁଦ୍ଧା ଅଫିସ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନ ଓ ଆଖପାଖ ଅଫିସ୍‌ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସାଢ଼େ ୯ଟାରୁ ଲୋକସେବା ଭବନ ସମ୍ମୁଖ ଗେଟ ବନ୍ଦ ହେବ

ସୂଚନାଯୋଗ୍ୟ, କଲେଜର ଶିକ୍ଷା ବିଭାଗ ମୁଖ୍ୟ ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ବିରୋଧରେ ପୀଡ଼ିତା ଯୌନ ନିର୍ଯାତନା ଅଭିଯୋଗ ଆଣିଥିବାବେଳେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାର ପ୍ରତିବାଦରେ ଜୁଲାଇ ୧୭ ଗୁରୁବାର ‘ଓଡ଼ିଶା ବନ୍ଦ’ କରିବା ପାଇଁ ବିରୋଧୀ ଡାକରା ଦେଇଛନ୍ତି। କଂଗ୍ରେସ ନେତୃତ୍ୱରେ ବାମପନ୍ଥୀଙ୍କ ସମେତ ୮ ବିରୋଧୀ ଦଳ ଏହି ବନ୍ଦ ପାଳନରେ ସାମିଲ ହେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ମହିଳାମାନଙ୍କୁ ସୁୂରକ୍ଷା ଦେବାରେ ବିଫଳ ହୋଇଥିବା ଏହି ଘଟଣାରୁ ସ୍ପଷ୍ଟ ହୋଇଛି। ଛାତ୍ରୀ ପେଟ୍ରୋଲ ଆଣି ନିଜ ଉପରେ ଢାଳିବା ସହ ଦେହରେ ନିଅଁା ଲଗାଇଦେଲେ ଏବଂ ସମସ୍ତେ ନୀରବଦ୍ରଷ୍ଟା ସାଜିଥିଲେ। କେହି କିଛି କଲେନାହିଁ। ମୃତ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ପାଇଁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ବୋଲି ଭକ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri