Posted inଜାତୀୟ

ଓପିଏସ୍‌ ଦାବିରେ ବିକ୍ଷୋଭ କଲେ ପରିଣାମ ଭୋଗିବେ କର୍ମଚାରୀ: କେନ୍ଦ୍ର

ନୂଆଦିଲ୍ଲୀ, ୨୨ା୩: ପୁରୁଣା ପେନ୍‌ସନ ସ୍କିମ୍‌ (ଓପିଏସ୍‌) ଲାଗୁ ଦାବିରେ ବିଭିନ୍ନ ରାଜ୍ୟରେ ସରକାରୀ କର୍ମଚାରୀମାନଙ୍କ ପକ୍ଷରୁ ବିକ୍ଷୋଭ କରାଯାଉଥିବାବେଳେ ଏଥିରୁ ଓହରିବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନଚେତ୍‌ ଏହାର ପରିଣାମ କର୍ମଚାରୀଙ୍କୁ ଭୋଗିବାକୁ ପଡ଼ିବ। ମଙ୍ଗଳବାର ଜଏଣ୍ଟ ଫୋରମ ଫର୍‌ ରିଷ୍ଟୋରେଶନ୍‌ ଅଫ୍‌ ଓଲ୍‌ଡ ପେନ୍‌ସନ ସ୍କିମ୍‌ ବ୍ୟାନର ଅଧୀନରେ ନ୍ୟାଶନାଲ ଜଏଣ୍ଟ କାଉନ୍‌ସିଲ୍‌ ଅଫ୍‌ ଆକ୍ସନ୍‌ (ଏନ୍‌ଜେସିଏ) ପକ୍ଷରୁ ଜିଲା ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ କରାଯିବାର ଥିଲା। ଏହି ବିକ୍ଷୋଭରୁ ନିବୃତ୍ତ ରହିବା ପାଇଁ ସୋମବର କେନ୍ଦ୍ରୀୟ କାର୍ମିକ ପ୍ରଶିକ୍ଷଣ (ଡିଓପିଟି) ବିଭାଗ ପକ୍ଷରୁ ପ୍ରତି ବିଭାଗକୁ ଅବଗତ କରାଯାଇଛି। ସରକାରୀ କର୍ମଚାରୀମାନେ ବିକ୍ଷୋଭ, ରାଲି ଆଦିରେ ଅଂଶଗ୍ରହଣ କରିବା ଦ୍ୱାରା ଧାରା ୭କୁ ଉଲ୍ଲଘଂନ କରୁଥିବା ଡିଓପିଟି କହିଛି। କୌଣସି କର୍ମଚାରୀ ଓପିଏସ୍‌ ଲାଗୁ ବିକ୍ଷୋଭରେ ସାମିଲ ହେଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ବିକ୍ଷୋଭକୁ ବିରୋଧ କରୁଥିବାବେଳେ ସରକାରୀ କର୍ମଚାରୀ ଉକ୍ତ ନିୟମକୁ ପାଳନ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri