ପାନ୍ଥନିବାସ ଘରୋଇକରଣ ବନ୍ଦ ନ ହେଲେ ଆତ୍ମାହୁତି ଦେବେ କର୍ମଚାରୀ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): କରୋନା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପର୍ଯ୍ୟଟନ ଭିତ୍ତିଭୂମି ସଜାଡ଼ିବା ପରିବର୍ତ୍ତେ ରାଜ୍ୟର ୫ ପାନ୍ଥନିବାସକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଛି। ଏଭଳି ଅଭିଯୋଗ ନେଇ ଉତ୍କଳ ପର୍ଯ୍ୟଟନ ନିଗମ କର୍ମଚାରୀ ସଂଘ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଘରୋଇକରଣ ନ କରିବା ପାଇଁ ଦାବି କରି ଆସିଛି। କିନ୍ତୁ ବାରମ୍ବାର ବିରୋଧ ସତ୍ତ୍ବେ ଆଲୋଚନା କିମ୍ବା ପୁନର୍ବିଚାର କରାଯାଉ ନ ଥିବାରୁ ସମ୍ପୃକ୍ତ ପାନ୍ଥନିବାସର କର୍ମଚାରୀମାନେ ତୀବ୍ର ବିରୋଧ ପାଇଁ ଅଣ୍ଟା ଭିଡ଼ିଛନ୍ତି। ଗୋପାଳପୁର ପାନ୍ଥନିବାସ, ତପ୍ତପାଣି ପାନ୍ଥନିବାସ, ଧଉଳି ପାନ୍ଥିକା, ଭଦ୍ରକ ଓ ବାଲେଶ୍ବର ପାନ୍ଥନିବାସର କର୍ମଚାରୀମାନେ ସଂଘ ଜରିଆରେ ଏ ସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଘରୋଇକରଣ ପ୍ରସ୍ତାବର ପ୍ରତିବାଦ କରିଛନ୍ତି। ଯଦି ଏହାର ପୁନର୍ବିଚାର କରାଯାଇ ଘରୋଇକରଣ ଯୋଜନାକୁ ସ୍ଥଗିତ କରା ନ ଯାଏ ତେବେ ନବୀନ ନିବାସ ସମ୍ମୁଖରେ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି।

ସଂଘର କାର୍ଯ୍ୟକାରୀ ସଭାପତି ବେଣୁଧର ପାତ୍ର କହିଛନ୍ତି, ଅବସର ବିନୋଦନ ନିମନ୍ତେ ପାନ୍ଥନିବାସ ନିମ୍ନ ମଧ୍ୟବିତ୍ତ ଓ ମଧ୍ୟବିତ୍ତଙ୍କ ପ୍ରଥମ ପସନ୍ଦ ରହିଆସିଛି। ୨୦୦୩-୦୪ରୁ ରାଜ୍ୟର ସମସ୍ତ ପାନ୍ଥନିବାସ ନିୟମିତ ଲାଭରେ ଚାଲିଛି। ୨୦୧୯-୨୦ ସୁଦ୍ଧା ଲାଭ ୩୦ କୋଟିରେ ପହଞ୍ଚତ୍ଛି। ପାନ୍ଥନିବାସ ପରିଚାଳନା କରୁଥିବା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ୨୦୧୮-୧୯ରେ ସରକାରଙ୍କୁ ୨କୋଟି ଟଙ୍କାର ଲାଭାଂଶ ପ୍ରଦାନ କରିଛି। ଏସବୁସତ୍ତ୍ବେ ୫ଟି ପାନ୍ଥନିବାସକୁ ହୋଟେଲ ସଂସ୍ଥା ହାତରେ ଟେକି ଦେବା ଚକ୍ରାନ୍ତ କୌଣସି ପରିସ୍ଥିତିରେ ଗ୍ରହଣୀୟ ନୁହେଁ। ସଂଘ ସଭାପତି ଶିବାନନ୍ଦ ରାୟ କହିଛନ୍ତି, ଏନେଇ କିଛିଦିନ ତଳେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନିବେଦନ କରିଥିଲୁ। କିନ୍ତୁ କେହି ଶୁଣିଲେ ନାହିଁ। ତେଣୁ ବାଧ୍ୟହୋଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ୫ ପାନ୍ଥନିବାସ କର୍ମଚାରୀମାନେ ଏକାଠି ଆତ୍ମାହୁତି ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri