କର୍ମଚାରୀଙ୍କ ଅବସର ବୟସ ୬୦ବର୍ଷ ରହିବ

ଭୁବନେଶ୍ୱର, ୧୪।୫(ବ୍ୟୁରୋ): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ଅନୁଦାନପ୍ରାପ୍ତ ବେସରକାରୀ କଲେଜର ଶିକ୍ଷକ ଓ ଅଣଶିକ୍ଷକ (ଟିଚିଂ ଓ ନନ୍‌ଟିଚିଂ) କର୍ମଚାରୀଙ୍କ ଅବସର ବୟସ ୬୦ବର୍ଷ ହିଁ ରହିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତିରେ ଲେଖାଯାଇଛି ଯେ, ବୟସ ବୃଦ୍ଧି କରିବା ପାଇଁ କେତେଜଣ କର୍ମଚାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେମାନେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଗାଇଡ୍‌ଲାଇନ ଅନୁଯାୟୀ ତଥା କେନ୍ଦ୍ର ସରକାରଙ୍କ ଉଚ୍ଚ ଶିକ୍ଷାନୁଷ୍ଠାନ ଓ ଅନ୍ୟ ରାଜ୍ୟ ସରକାରଙ୍କ ଭଳି ଓଡ଼ିଶା ସରକାର ସେମାନଙ୍କ ଅବସର ବୟସସୀମା ୬୫କୁ ବୃଦ୍ଧି କରିବାକୁ ଦାବି ରଖିଥିଲେ। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ସମସ୍ତ ରିଟ୍‌ ପିଟିଶନକୁ ଖାରଜ କରି ଦେଇଛନ୍ତି। ତେଣୁ ରାଜ୍ୟରେ ଥିବା ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ଅବସର ଗ୍ରହଣ ବୟସ ଅପରିବର୍ତ୍ତିତ ରହିଲା। ତେଣୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜର କର୍ମଚାରୀମାନେ ଅଯଥାରେ ଏହି ଘଟଣାରେ ଆଉ ଟଙ୍କା ଖର୍ଚ୍ଚ ନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?