ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ

ଛତ୍ରପୁର,୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାର ପଛୁଆ ବର୍ଗ ଲୋକମାନଙ୍କ ବୃତ୍ତି, ଶିକ୍ଷାଗତ ଯୋଗ୍ୟତା ସହିତ ସେମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ବନ୍ଧରେ ସଠିକ ତଥ୍ୟ ସଂଗ୍ରହ କରିବା ସକାଶେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ। ସଂଗ୍ରହ କରିବାକୁ ଥିବା ତଥ୍ୟ ଯେପରି ସଠିକ ହେବ ସେଥିସକାଶେ ନିୟୋଜିତ ଅଧିକାରୀ ଓ କର୍ମଚାରୀଗଣ ଅଧିକ ତତ୍ପରତା ସହିତ କାମ କରିବାକୁ କୁହାଯାଇଛି । ସର୍ଭେ କାର୍ଯ୍ୟ ସମୟ ମଧ୍ୟରେ ନିୟୋଜିତ ଥିବା ଅଧିକାରୀ କିମ୍ବା କର୍ମଚାରୀ ଛୁଟିରେ ରହିପାରିବେ ନାହିଁ। ମଇ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ଖୋଲାଯାଇଥିବା ସେଣ୍ଟର ଗୁଡିକ ପ୍ରତ୍ୟହ ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲାରହିବ। ୨୧ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ନିୟୋଜିତ କର୍ମଚାରୀଗଣ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ସମସ୍ତ ସରକାରୀ ଛୁଟି ଦିନ ଏବଂ ରବିବାର ମଧ୍ୟ ସର୍ଭେକାର୍ଯ୍ୟ ଚାଲୁରହିବ। ସର୍ଭେ କାର୍ଯ୍ୟ ସମୟ ମଧ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ବଜାୟ ରଖିବା ନିମନ୍ତେ ପୋଲିସ ପ୍ରଶାସନ ପକ୍ଷରୁ ପୋଲିସ ଦ୍ବାରା ପାଟ୍ରୋଲିଂ କରାଯିବ। ସର୍ଭେ କାର୍ଯ୍ୟର ସୁସମ୍ପାଦନ ସକାଶେ ଆୟୋଜିତ ଆଭାସୀ ବୈଠକରେ ବ୍ରହ୍ମପୁର ଏସପି ଶ୍ରବଣ କୁମାର, ଗଞ୍ଜାମ ଏସପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତଥା ନୋଡାଲ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଜିଲା ଶିକ୍ଷା ଅଧିକାରୀ ବିନୀତା ସେନାପତି, ଡେପୁଟି କଲେକ୍ଟର ତଥା ସର୍ଭେ କାର୍ଯ୍ୟର ସୁପରିଚାଳକ ସୁକାନ୍ତ ମିଶ୍ର ଉପସ୍ଥିତ ଥିଲାବେଳେ ଆଭାସୀ ମାଧ୍ୟମରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଭାରପ୍ରାପ୍ତ ଥାନା ଅଧିକାରୀ ପ୍ରମୁଖ ଜଡିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri