ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ପ୍ରଭାତୀ

ଭୁବନେଶ୍ୱର,୨।୯ (ଅଭୟ ଦାଶ): ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନୀଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି। ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ(ୟୁସିସିଆଇଏଲ୍‌) ପକ୍ଷରୁ ଜନତା ମଇଦାନଠାରେ ଆୟୋଜିତ ୩ ଦିନିଆ ଗ୍ଲୋବାଲ ଟ୍ରେଡ ଶୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଭାତୀ ପରିଡ଼ା ନିଯୁକ୍ତି ଜରିଆରେ ମହିଳାମାନଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏପରିକି ଶିଳ୍ପ ଜଗତରେ ଅଧିକରୁ ଅଧିକ ମହିଳାଙ୍କ ନିୟୋଜନ ପାଇଁ ସୁଯୋଗ ସୃଷ୍ଟି କରିବା ଏବଂ ଯେଉଁ ମହିଳାମାନେ ଉଦ୍ୟୋଗୀ ଭାବେ କାର୍ଯ୍ୟ କରୁଛନ୍ତି,ସେମାନଙ୍କ ଲାଗି ଅଧିକରୁ ଅଧିକ ବ୍ୟବସାୟ ସୁଯୋଗ ସୃଷ୍ଟି କରିବାକୁ ସେ ଆହ୍ବାନ ଦେଇଛନ୍ତି। ସେହିଭଳି ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ମିଶନ ଶକ୍ତି ବଜାର ବୁଲି ଦେଖିବା ଏବଂ ସେମାନଙ୍କ ଉତ୍ପାଦ କ୍ରୟ କରି ଅଭିବୃଦ୍ଧିରେ ସହଯୋଗ କରିବାକୁ ସେ ଶିଳ୍ପସଂସ୍ଥାମାନଙ୍କୁ ମଧ୍ୟ ଆହ୍ବାନ ଦେଇଛନ୍ତି। ଏହି ଅବସରରେ ଓଡ଼ିଶାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବା ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ୨୦୪୭ ସୁଦ୍ଧା ଓଡ଼ିଶାକୁ ୧.୫ ଟ୍ରିଲିଅନ୍‌ ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟ ଉପରେ ଆଲୋକପାତ କରିଥିଲେ। ଏହି ଲକ୍ଷ୍ୟ ହାସଲରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ସବୁ ପ୍ରକାର ସହଯୋଗ ପ୍ରଦାନ କରିବା ସହ କାର୍ଯ୍ୟ କରିବ ବୋଲି ସେ ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି। ଏପରିକି ଏମ୍‌ଏସ୍‌ଏମ୍‌ଇର ବିକାଶ ଲାଗି ବଜେଟରେ ବିପୁଳ ବ୍ୟୟବରାଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ବିପୁଳ ଖଣିଜ ସମ୍ପଦ ସହିତ ପର୍ଯ୍ୟାପ୍ତ ବେଳାଭୂମି ରାଜ୍ୟରେ ଥିବା ବେଳେ ଏବେ ବି ୧୨ରୁ ଅଧିକ ଜିଲା ଶିଳ୍ପବିହୀନ ଜିଲା ହୋଇ ରହିଛି। ଏହି ସବୁ ଜିଲାରେ ଶିଳ୍ପ ସ୍ଥାପନ କରିବାରେ ସରକାରଙ୍କ ଯେତିକି ଭୂମିକା ରହିଛି, ଶିଳ୍ପ ଜଗତର ମଧ୍ୟ ସେତିକି ଭୂମିକା ରହିଛି ବୋଲି ସେ କହିଛନ୍ତି। ରିସର୍ଜେଣ୍ଟ ଓଡ଼ିଶା-୨୦୨୪ର ଉଦଯାପନୀ ସମାରୋହରେ ୟୁସିସିଆଇଏଲର ସଭାପତି ବ୍ରହ୍ମାନନ୍ଦ ମିଶ୍ର, ରିସର୍ଜେଣ୍ଟ ଓଡ଼ିଶା-୨୦୨୪ର ଅଧ୍ୟକ୍ଷ ପ୍ରବୋଧ ମହାନ୍ତି, ଆଦିତ୍ୟ ବିର୍ଲା ଗ୍ରୁପର ସଭାପତି ଅର୍ଦ୍ଧେନ୍ଦୁ ମହାପାତ୍ର, ଜେପି ଲ୍ୟାବର ସଭାପତି ଗୋର୍ଡନ ପଟେଲ, ରାଉରକେଲା ଷ୍ଟିଲ ପ୍ଲାଣ୍ଟର ପୂର୍ବତନ ଏମ୍‌ଡି ଡ. ସନକ ମିଶ୍ର, ଏମ୍‌ଏସ୍‌ଏମ୍‌ଇ-ଡିଏଫଓ ପି. କେ. ଗୁପ୍ତା, ୟୁସିସିଆଇଏଲର ପୂର୍ବତନ ସଭାପତି ରମେଶ ମହାପାତ୍ର, ଭିପି (ଶିଳ୍ପ) ତାରିଣୀ ପ୍ରସାଦ ମହାନ୍ତି ଓ ଅବୈତନିକ ସଚିବ ଏ. କେ. ଶାରଦା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri