ନିଯୁକ୍ତିର ୩ ଦିନ ପରେ ଶିକ୍ଷକ ବଦଳି

ଖଇରା, ୯।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ଅଧୀନ କଳମଚୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ମିଳିବାର ୩ଦିନ ଭିତରେ ପୁଣି ତାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ଛାତ୍ରୀଛାତ୍ର, ଅଭିଭାବକମାନେ ବିଦ୍ୟାଳୟ ଗେଟରେ ତାଲା ପକାଇ ଧାରଣାରେ ବସି ରହିଥିଲେ। ସିଆରସିସି ପହଞ୍ଚି ଆଲୋଚନା କରିଥିଲେ ମଧ୍ୟ ଲିଖିତ ପ୍ରତିଶ୍ରୁତି ନ ମିଳିବାରୁ ଅଭିଭାବକମାନେ ପୁନଶ୍ଚ ଶନିବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବସିବାକୁ ନିଷ୍ପତ୍ତି ନେଇଥିବା ପରିଚାଳନା କମିଟି ସଭାପତି ସନ୍ତୋଷ ପାତ୍ର କହିଛନ୍ତି ା
ଅଭିଭାବକଙ୍କ କହିବା ଅନୁଯାୟୀ ବିଦ୍ୟାଳୟରେ ୯୦ଜଣ ପିଲାଙ୍କ ପାଇଁ ୩ଜଣ ଶିକ୍ଷକ ଥିବା ବେଳେ ୧୫ଦିନ ତଳେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ଗ୍ରାମବାସୀଙ୍କ ଦାବି ପରେ ୪ତାରିଖରେ ନରହରି ପଣ୍ଡାଙ୍କୁ ଏଠାରେ ନିଯୁକ୍ତି ପ୍ରଦାନ କରାଯାଇଥିଲା ା ହେଲେ ୭ ତାରିଖରେ ଶିକ୍ଷକ ନରହରି ପଣ୍ଡାଙ୍କୁ ଅନ୍ୟତ୍ର ବଦଳି କରାଯିବାରେ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଯେଉଁ ବିଦ୍ୟାଳୟକୁ ବଦଳି କରାଯାଇଛି ସେଠାରେ ୩୦ଜଣ ପିଲାଙ୍କୁ ୨ଜଣ ଶିକ୍ଷକ ଥିବାବେଳେ ପୁଣି ଜଣେ ଅଧିକ ଶିକ୍ଷକଙ୍କୁ କେମିତି ନିଯୁକ୍ତି ଦିଆଗଲା ବୋଲି ୱାର୍ଡସଭ୍ୟ ରମାକାନ୍ତ ପାତ୍ର, ଅଭିଭାବକ ଅଜିତ ଦାସ କହିଛନ୍ତି। ବଦଳି ବାତିଲ ତଥା ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ସମୟରେ ହୋଇଥିବା ଆର୍ଥତ୍କ ଅନିୟମିତତାର ତଦନ୍ତ ଦାବିରେ ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଶୁକ୍ରବାରଠାରୁ ଧାରଣା ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ପ୍ରସାଦ ପାଢୀଙ୍କୁ ଯୋଗାଯୋଗ କରିବାରେ ବର୍ତ୍ତମାନ ସେମାନଙ୍କର ପିଲା ହିସାବରେ ଶିକ୍ଷକ ପଦବୀ ପୂରଣ ହୋଇ ସାରିଛି ା ଯେବେ ଆବଶ୍ୟକତା ପଡିବ ସେତେବେଳେ ଶିକ୍ଷକ ଦିଆଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri