୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି:  ପାରାଦୀପ୍‌ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍‌ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍‌ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।
ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ୍‌ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହୋଇଛି। ଏହା ୪ ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରାଯାଇଛି। ଯାହା ଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତିୁ ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।
ଏହି କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ  ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଉପସ୍ଥିତ ଥିଲେ। ଏହା ସହ ଅନ୍ୟତମ ଅତିଥି ଭାବେ ଜେଏସଡବ୍ଲ୍ୟୁର ମୁଖ୍ୟ  ସଜ୍ଜନ ଜିନ୍ଦଲ ମଧ୍ୟ ଯୋଗ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri