ଚାକିରି ଦେବା ନାଁରେ ଠକେଇ : ୨ ଗିରଫ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦେବାକୁ ବହୁ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ରାକେଟର ୨ ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସୋମବାର ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ବମିଖାଲସ୍ଥିତ ବିରଜା କମ୍ପ୍ଲେକ୍ସରେ ରହୁଥିବା ବାଲେଶ୍ୱର ଜିଲା କମର୍ଦା ଥାନା ଅଞ୍ଚଳର ରାଜକିଶୋର ପଟ୍ଟନାୟକ ଓ ନୟାପଲ୍ଲୀ ଥାନା ଅନ୍ତର୍ଗତ ରେଣ୍ଟାଲ୍‌ କଲୋନିରେ ରହୁଥିବା ଭୋଗରାଇ ଥାନା ଅଞ୍ଚଳର ଅରୁଣ ମହାନ୍ତି। ଇଓଡବ୍ଲ୍ୟୁ ସେମାନଙ୍କ ଘରୁ ୧୦୦ ଆଶାୟୀଙ୍କ ବାୟୋଡାଟା, ମାର୍କସିଟ୍‌, ଆବେଦନ ପତ୍ର, ସରକାରୀ ଲୋଗ ଥିବା ନକଲି ନିଯୁକ୍ତି ପତ୍ର ଆଦି ଜବତ କରିଛି। ଏଥିସହ ୱେବ୍‌ ପୋର୍ଟାଲ ସୁର୍ଯ୍ୟାଲୋକ ନିଉଜ୍‌ର ଏକ ବୁମ୍‌ ଓ ଅଭିଯୁକ୍ତ ରାଜକିଶୋରଙ୍କ ଏକ ଜିହ୍ବା ନିଉଜ ୱେବ ପୋର୍ଟାଲର ପରିଚୟ ପତ୍ର ମଧ୍ୟ ଜବତ ହୋଇଛି। ଅଭିଯୁକ୍ତଦ୍ୱୟଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଦ୍ୱୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ରାକେଟ୍‌ରେ ସଦସ୍ୟ ଥିବା ନୟାଗଡ଼ର ଭବାନୀ ଶଙ୍କର ଦାସ ନାମକ ଜଣେ ବ୍ୟକ୍ତି ଫେରାର ଥିବା ସୂଚନା ମିଳିଛି। ଭବାନୀଙ୍କ ସହ ଅନ୍ୟମାନଙ୍କୁ ଇଓଡବ୍ଳ୍ୟୁ ଧରିବାକୁ ପ୍ରୟାସ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri