‘ଯୋଗ୍ୟ ଯୁବପିଢ଼ିଙ୍କୁ ନିଯୁକ୍ତି ସୁଯୋଗ’

ଭୁବନେଶ୍ୱର,୧୪।୩: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ବିଶେଷ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ କର୍ମଚାରୀମାନଙ୍କ କଲ୍ୟାଣକୁ ସର୍ବଦା ପ୍ରାଥମିକତା ଦେଉଥିବା ଜଣାପଡିଛି। ଏପରିକି ସଂସ୍ଥାର ଆବଶ୍ୟକତା ଓ ନିୟାମକ(ଓଇଆର୍‌ସି)ର ଅନୁମୋଦନ ଅନୁସାରେ ସ୍ଥାନୀୟ ଯୋଗ୍ୟ ଯୁବପିଢ଼ିଙ୍କ ପାଇଁ ମଧ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ କମ୍ପାନୀ ପ୍ରତିବଦ୍ଧ ରହିଛି। ଉଲ୍ଲେଖଯୋଗ୍ୟ ଗତ ତିନି ବର୍ଷ ମଧ୍ୟରେ କମ୍ପାନୀ ୧୮ଟି ବିଭାଗରେ ୬୩୫ ସ୍ଥାନୀୟ ଯୁବପିଢ଼ିଙ୍କୁ ନିଯୁକ୍ତି ଦେଇଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଏମ୍‌. ସେନ୍‌ବାଗମ କହିଛନ୍ତି, ସ୍ଥାନୀୟ ଯୋଗ୍ୟ ଯୁବପିଢ଼ିଙ୍କୁ ନିଯୁକ୍ତି ପ୍ରଦାନ କରିବା ପାଇଁ ଟିପିସିଓଡିଏଲ୍‌ରେ ଆମେ ପ୍ରତିବଦ୍ଧ ରହିଛୁ ଏବଂ ଏକ ସୁରକ୍ଷିତ ଓ ସଶକ୍ତ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉପରେ ଆମର ବିଶ୍ୱାସ ରହିଛି। ଏକ ସଶକ୍ତ ଶ୍ରମଶକ୍ତି ସୃଷ୍ଟି କରିବା ଲାଗି ସାମାଜିକ ସୁରକ୍ଷା ବ୍ୟବସ୍ଥାର ସମ୍ପ୍ରସାରଣ ଏବଂ ଦକ୍ଷତା ବିକାଶ ଅଭିଯାନ ଆମର ପ୍ରତିବଦ୍ଧତାକୁ ଦର୍ଶାଉଛି। ସେହିଭଳି ୨୦୨୦ଜୁନ୍‌ରେ ଶୁଭାରମ୍ଭ ହେବା ପରଠାରୁ କମ୍ପାନୀ ବୈଧାନିକ ନିୟମଗୁଡ଼ିକୁ ପାଳନ କରିବା,ସାମାଜିକ ସୁରକ୍ଷା, ନିରାପତ୍ତା ଏବଂ ଏହାର କର୍ମଚାରୀମାନଙ୍କ କ୍ୟାରିୟରରେ ଅଭିବୃଦ୍ଧି ଲାଗି ବିଭିନ୍ନ ଅଭିଯାନ ଗ୍ରହଣ କରିଛି। ଇପିଏଫ୍‌ ଓ ଇଏସ୍‌ଆଇସି ଭଳି ସାମାଜିକ ସୁରକ୍ଷା ସ୍କିମ୍‌ରେ ସବୁ କର୍ମଚାରୀଙ୍କୁ ସାମିଲ କରିବା ଲାଗି କମ୍ପାନୀ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ଏହାସହିତ ସମସ୍ତ କର୍ମଚାରୀଙ୍କୁ ୧୫ଲକ୍ଷ ଟଙ୍କାର ଏକ ଗ୍ରୁପ୍‌ ବ୍ୟକ୍ତିଗତ ଦୁର୍ଘଟଣା (ଜିପିଏ) ବୀମା ପଲିସି ଓ ମହାମାରୀ ସମୟରେ କୋଭିଡ୍‌ଜନିତ ମୃତ୍ୟୁ ଲାଗି ଏକ ୫ ଲକ୍ଷ ଟଙ୍କାର ଜୀବନ ବୀମା ପଲିସିରେ ଅନ୍ତର୍ଭୁକ୍ତ କରାଯାଇଛି।
ଅପରପକ୍ଷରେ କର୍ମଚାରୀମାନଙ୍କ ଶିକ୍ଷଣୀୟ ଭାବ ଓ ବିକାଶକୁ ସୁଦୃଢ଼ କରିବା ଲାଗି ଟିପିସିଓଡିଏଲ୍‌ ପକ୍ଷରୁ ଏହାର ୫ଟି ବିଦ୍ୟୁତ୍‌ ସର୍କଲ ଯଥା ଭୁବନେଶ୍ୱର, କଟକ, ପୁରୀ, ଅନୁଗୋଳ ଓ ପାରାଦୀପରେ ୫ଟି ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରାଯାଇଛି, ଯାହା ଏହାର ସମସ୍ତ ଶ୍ରମଶକ୍ତି ସମେତ ବିଜନେସ୍‌ ଆସୋସିଏଟ୍‌ସ କର୍ମଚାରୀଙ୍କୁ ତାଲିମ ପ୍ରଦାନ କରିବା ଲାଗି ବର୍ଷତମାମ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri