Posted inଜାତୀୟ

ବିଦେଶୀ ସଂଖ୍ୟାଲଘୁଙ୍କୁ ନାଗରିକତ୍ୱ ପ୍ରଦାନ ଲାଗି ୩୧ ଜିଲାପାଳଙ୍କୁ କ୍ଷମତା

ନୂଆଦିଲ୍ଲୀ,୮।୨(ପି.ଟି.): ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶର ସଂଖ୍ୟାଲଘୁ (ହିନ୍ଦୁ, ଶିଖ୍‌, ଜୈନ, ବୌଦ୍ଧ, ପାର୍ସି ଏବଂ ଖ୍ରୀଷ୍ଟିଆନ) ସମ୍ପ୍ରଦାୟର ଲୋକଙ୍କୁ ନାଗରିକତ୍ୱ ଆଇନ ଅନୁଯାୟୀ ଭାରତର ନାଗରିକତ୍ୱ ପ୍ରଦାନ ଲାଗି କେନ୍ଦ୍ର ସରକାର ୯ ରାଜ୍ୟର ୩୧ ଜିଲା ମାଜିଷ୍ଟ୍ରେଟ୍‌ଙ୍କୁ କ୍ଷମତା ପ୍ରଦାନ କରିଛନ୍ତି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ଜିଲା ସ୍ତରରେ ବିଦେଶୀମାନଙ୍କୁ ଆବେଦନଗୁଡ଼ିକୁ ଯାଞ୍ଚ କରାଯାଇ ନାଗରିକତ୍ୱ ପ୍ରଦାନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଆବେଦନକାରୀମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଛତିଶଗଡ଼, ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ ଏବଂ ଦିଲ୍ଲୀର ୩୧ ଜିଲାକୁ ଚିହ୍ନଟ କରାଯାଇଛି। ନାଗରିକତ୍ୱ ଆଇନ, ୧୯୫୫ ଅନୁଯାୟୀ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନର ଉପରୋକ୍ତ ସମ୍ପ୍ରଦାୟର ଲୋକଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ, ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ, ୨୦୧୯ (ସିଏଏ) ଅନୁଯାୟୀ ନୁହେଁ। କାରଣ ସିଏଏ କାର୍ଯ୍ୟକାରୀ କରିବା ପାଇଁ ସରକାର ଏପର୍ଯ୍ୟନ୍ତ ନିୟମାବଳୀ ପ୍ରଣୟନ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri