ବଳଭଦ୍ରପୁରରୁ ଫେରିଲା ଖାଲି ଭୋଟ ବକ୍ସ

ଚମ୍ପୁଆ/ଝୁମ୍ପୁରା,୨୦ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଝୁମ୍ପୁରା ବ୍ଲକ ଅଧୀନ ବଳଭଦ୍ରପୁର ଗ୍ରାମବାସୀ ରବିବାର ଭୋଟ୍‌ ବର୍ଜନ କରିଛନ୍ତି। ମୌଳିକ ସୁବିଧାରୁ ବଞ୍ଚିତ ହୋଇଥିବାରୁ ଭୋଟ୍‌ ଦେଇ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।

ସୂଚନା ଅନୁଯାୟୀ, ନିର୍ବାଚନ ବିଗୁଲ ବାଜିଲା ପରେ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଗ୍ରାମବାସୀ ଭୋଟ ବର୍ଜନ ଚେତାବନୀ ଦେଇଥିଲେ। ପ୍ରଶାସନ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିଲା। ଫଳରେ ରବିବାର ଗ୍ରାମବାସୀ ଭୋଟ ଦେଇ ନ ଥିଲେ। ପୋଲିଂ ପାର୍ଟି ଖାଲି ବାକ୍ସ ନେଇ ଫେରିଥିଲେ। ଏ ସଂକ୍ରାନ୍ତରେ ବିଡିଓ ବିଜୟ କୁମାର ନାୟକଙ୍କୁ ପଚାରିବାରୁ ବଳଭଦ୍ରପୁର ଏକ ହାମ୍‌ଲେଟ୍‌ ଭିଲେଜ୍‌ ହୋଇଥିବାରୁ ୨୦୧୧ ଜନଗଣନା ଅନୁସାରେ ଏଠାକାର ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହୋଇଥିଲେ। ମାତ୍ର ଅଭିଯୋଗ ପରେ ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, ଉକ୍ତ ଗ୍ରାମରେ ପ୍ରାୟ ୧୧ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ରହୁଥିବା ବେଳେ ୧୦୫୬ଜଣ ଭୋଟର୍‌ ରହିଛନ୍ତି। ଏହି ଗ୍ରାମ ନାରଦପୁର ପଞ୍ଚାୟତର ୬, ୭, ୮ନମ୍ବର ୱାର୍ଡକୁ ନେଇ ଗଠିତ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri