Posted inଖେଳ

ନଟିଂହାମ କ୍ରିକେଟ ପଡ଼ିଆରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ବେଳେ ଖାଲି ପଡ଼ିଥିଲା ଏହି ଚୌକି; ଭାବୁକ କରୁଛି କାରଣ…

ନଟିଂହାମ,୫।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଲାଯାଉଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯାଉଛି। ମ୍ୟାଚ୍‌ର ପ୍ରଥମ ଦିନ ଷ୍ଟାଡିୟମରେ ଏକ ଖାଲି ଚଉକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ ଏହାର କାହାଣୀ ସମସ୍ତଙ୍କୁ ଭାବୁକ କରୁଛି।

ଘଟଣାଟି ଏପରି। ଏହି ଚୌକି କ୍ରିକେଟର ଜଣେ ବହୁତ ବଡ଼ ପ୍ରଶଂସକ ଜନ୍‌ କ୍ଲାର୍କଙ୍କ ପାଇଁ ଖାଲି ଛଡ଼ାଯାଇଛି। ନିକଟରେ କରୋନାରେ ସେ ପ୍ରାଣ ହରାଇଛନ୍ତି। ଜନ୍‌ କ୍ରିକେଟର ବହୁତ ବଡ଼ ପ୍ରଶଂସକ ଥିଲେ। ସେ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯାଉଥିବା ପ୍ରତ୍ୟେକଟି ମ୍ୟାଚ୍‌କୁ ଦେଖିବା ଲାଗି ଆସୁଥିଲେ। ଏଣୁ ତାଙ୍କ ମୃତ୍ୟୁ ପରେ ସାଙ୍ଗମାନେ ସ୍ମୃତିରେ ଜନ୍‌ଙ୍କ ପାଇଁ ଟିକେଟ କିଣିଥିଲେ। ଏପରିକି ତାଙ୍କ ସିଟ୍‌ଟିକୁ ଖାଲି ଛାଡ଼ି ଦେଇଥିଲେ। ଆଜି ବି ସେ ପୂର୍ବଭଳି ତାଙ୍କ ସହ ମ୍ୟାଚ୍‌ ଦେଖୁଛନ୍ତି ବୋଲି ଅନୁଭବ ହେଉଥିବା ବନ୍ଧୁମାନେ କହିଛନ୍ତି।

ପ୍ରକାଶ ଯେ, ଟସ୍‌ ଜିତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଇଂଲଣ୍ଡ ୬୫.୪ ଓଭରରେ ୧୮୩ ରନ୍‌ କରି ଅଲଆଉଟ୍‌ ହୋଇଥିଲା। ଜବାବରେ ଭାରତ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୧୩ ଓଭରରେ କୌଣସି ଉଇକେଟ ନ ହରାଇ ୨୧ ରନ୍‌ କରିଥିଲା। ଗୁରୁବାର ଏହିଠାରୁ ଖେଳ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri