Posted inଖେଳ

ନଟିଂହାମ କ୍ରିକେଟ ପଡ଼ିଆରେ ଭାରତ-ଇଂଲଣ୍ଡ ମ୍ୟାଚ୍‌ ବେଳେ ଖାଲି ପଡ଼ିଥିଲା ଏହି ଚୌକି; ଭାବୁକ କରୁଛି କାରଣ…

ନଟିଂହାମ,୫।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଲାଯାଉଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯାଉଛି। ମ୍ୟାଚ୍‌ର ପ୍ରଥମ ଦିନ ଷ୍ଟାଡିୟମରେ ଏକ ଖାଲି ଚଉକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ ଏହାର କାହାଣୀ ସମସ୍ତଙ୍କୁ ଭାବୁକ କରୁଛି।

ଘଟଣାଟି ଏପରି। ଏହି ଚୌକି କ୍ରିକେଟର ଜଣେ ବହୁତ ବଡ଼ ପ୍ରଶଂସକ ଜନ୍‌ କ୍ଲାର୍କଙ୍କ ପାଇଁ ଖାଲି ଛଡ଼ାଯାଇଛି। ନିକଟରେ କରୋନାରେ ସେ ପ୍ରାଣ ହରାଇଛନ୍ତି। ଜନ୍‌ କ୍ରିକେଟର ବହୁତ ବଡ଼ ପ୍ରଶଂସକ ଥିଲେ। ସେ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯାଉଥିବା ପ୍ରତ୍ୟେକଟି ମ୍ୟାଚ୍‌କୁ ଦେଖିବା ଲାଗି ଆସୁଥିଲେ। ଏଣୁ ତାଙ୍କ ମୃତ୍ୟୁ ପରେ ସାଙ୍ଗମାନେ ସ୍ମୃତିରେ ଜନ୍‌ଙ୍କ ପାଇଁ ଟିକେଟ କିଣିଥିଲେ। ଏପରିକି ତାଙ୍କ ସିଟ୍‌ଟିକୁ ଖାଲି ଛାଡ଼ି ଦେଇଥିଲେ। ଆଜି ବି ସେ ପୂର୍ବଭଳି ତାଙ୍କ ସହ ମ୍ୟାଚ୍‌ ଦେଖୁଛନ୍ତି ବୋଲି ଅନୁଭବ ହେଉଥିବା ବନ୍ଧୁମାନେ କହିଛନ୍ତି।

ପ୍ରକାଶ ଯେ, ଟସ୍‌ ଜିତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ଇଂଲଣ୍ଡ ୬୫.୪ ଓଭରରେ ୧୮୩ ରନ୍‌ କରି ଅଲଆଉଟ୍‌ ହୋଇଥିଲା। ଜବାବରେ ଭାରତ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୧୩ ଓଭରରେ କୌଣସି ଉଇକେଟ ନ ହରାଇ ୨୧ ରନ୍‌ କରିଥିଲା। ଗୁରୁବାର ଏହିଠାରୁ ଖେଳ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri