ଅଯୋଗ୍ୟଙ୍କୁ ବାଦ ଦାବିରେ ବ୍ଲକ୍‌ ଘେରାଉ

କେନ୍ଦୁଝର/ଯୋଡ଼ା,୭ା୨ (ସ୍ବ.ପ୍ର./ଡି.ଏନ୍‌.ଏ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ ଦାବିରେ ସୋମବାର ଭାଜପା ପକ୍ଷରୁ କେନ୍ଦୁଝର ସଦର ବ୍ଲକ୍‌ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ସଭାପତିତ୍ୱରେ ସଦର ବିଧାୟକ ମୋହନ ଚରଣ ମାଝୀ ଯୋଗଦେଇ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ କରି ଯୋଗ୍ୟଙ୍କୁ ଆବାସ ଯୋଗାଇ ଦେବାକୁ ଦାବି କରିଥିଲେ। ଶେଷରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ନଗର ମଣ୍ଡଳ ବିଶ୍ୱଜିତ୍‌ ତ୍ରିପାଠୀ, ସଦର ନିର୍ବାଚନମଣ୍ଡଳୀ ପ୍ରଭାରୀ ରାମଚନ୍ଦ୍ର ସାହୁ, କିରଣବାଳା ନାୟକ, ଭାଜପା ଜିଲା କାର୍ଯ୍ୟାଳୟ ସମ୍ପାଦକ ପ୍ରକାଶ ଚନ୍ଦ୍ର ସୂତ୍ରଧର, ନଗର ଯୁବ ମୋର୍ଚ୍ଚା ସଭାପତି ପ୍ରିୟବ୍ରତ ଜେନା, ଜିଲା ଉପ ସଭାପତି ଗଣେଶ୍ୱର ମହାନ୍ତ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ସୁବ୍ରତ ମହାନ୍ତିଙ୍କ ସମେତ ଶତାଧିକ ନେତା ଓ କର୍ମୀ ଯୋଗ ଦେଇଥିଲେ।
ଯୋଡ଼ା ଭାଜପା ପକ୍ଷରୁ ବ୍ଲକ୍‌ ଘେରାଉ କରାଯାଇଥିଲା। ଯୋଗ୍ୟ ହିତାଧିକାରୀଙ୍କୁ ତୁରନ୍ତ ଆବାସ ପ୍ରଦାନ ଦାବିରେ ଯୋଡ଼ା ବିଡିଓ ଜଗନ୍ନାଥ ହନୁମାନଙ୍କୁ ଭାଜପା କର୍ମକର୍ତ୍ତା ଦାବିପତ୍ର ପ୍ରଦାନ କରିଥିଲେ। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଚମ୍ପୁଆ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ନେତୃତ୍ୱରେ ରାଜ୍ୟ ନଦୀ ସୁରକ୍ଷା ସମିତିର ରାଜ୍ୟ ସଂଯୋଜକ ମହେଶ୍ୱର ସାହୁ, ଦିଲ୍ଲୀପ ମିଶ୍ର, ଚମ୍ପୁଆ ବିଧାନସଭା ସଂଯୋଜକ ତଥା ଜିଲା ଉପସଭାପତି ଦେବପ୍ରସାଦ ମିଶ୍ର, ୨୮ନଂ. ଜୋନ ଜିଲାପରିଷଦ ସଭ୍ୟ କୁଦାଦାଃ, ବିଲେଇପଦା ମଣ୍ଡଳ ସଭାପତି ଅଲେଖ ବାରିକ, ସତ୍ୟବ୍ରତ ଜେନା, ବସନ୍ତ ଗିରି, ଭାଗବତ ନାଏକ ପ୍ରମୁଖ ବିଜେପି ପଦାଧିକାରୀ ଓ କର୍ମକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri