Posted inଜାତୀୟ

ବର୍ଷକରେ ୧୭୨ ଆତଙ୍କବାଦୀଙ୍କୁ ଏନକାଉଣ୍ଟର…

ଶ୍ରୀନଗର,୩୧।୧୨ : ଜମ୍ମୁ-କଶ୍ମୀରରେ ୨୦୨୨ ବର୍ଷରେ ୯୦ରୁ ଅଧିକ ସର୍ଚ୍ଚ ଅପରେଶନରେ ୧୭୨ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି। ସେଥିମଧ୍ୟରେ ୪୨ ବିଦେଶୀ ଆତଙ୍କବାଦୀ ରହିଛନ୍ତି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଶନିବାର ଏହି ସୂଚନା ପ୍ରଦାନ କରାଯାଇଛି। ଆତଙ୍କବାଦୀଙ୍କ ସଂଖ୍ୟା କମିବା ସହିତ ଜମ୍ମୁ-କଶ୍ମୀରରେ ଯୁବବର୍ଗ ସଂଗଠନରେ ସାମିଲ ହେବା କାର୍ଯ୍ୟରେ ୩୭ ପ୍ରତିଶତ କମିଛି।

ଗୋଟିଏ ବର୍ଷରେ ଜମ୍ମୁ-କଶ୍ମୀରରେ ୯୩ଟି ଆତଙ୍କବାଦୀଙ୍କ ବିରୋଧୀ ଅଭିଯାନରେ ୧୦୮ ଲଶ୍କର-ଇ-ତୋଏବା ଆତଙ୍କବାଦୀ, ୩୫ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ, ୨୨ ହିଜବୁଲ ମୁଜାହିଦ୍ଦିନ, ଅଲ ବଦରର ୪, ଅଂସାର ଗଞ୍ଜାଓ୍ବତ-ଉଲ୍‌-ହିନ୍ଦ୍‌ର ୩ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି।

ସର୍ଚ୍ଚ ଅପରେଶନ ସମୟରେ ୧୪ ପୋଲିସ ସହିତ ମୋଟ ୨୬ ଯବାନ ଶହୀଦ ହୋଇଛନ୍ତି। ଆତଙ୍କବାଦୀମାନେ ୨୯ ସାଧାରଣ ଲୋକଙ୍କୁ ହତ୍ୟା କରିଛନ୍ତି। ୧୦୦ ଜଣ ଯୁବବର୍ଗ ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ ହୋଇଥିବାବେଳେ ଏଥିରେ ୩୭ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି।

ସର୍ବାଧିକ ୭୪ ଜଣ ଲଶ୍କର-ଇ-ତୋଏବାରେ ସାମିଲ ହୋଇଥିବାବେଳେ ୬୫ ଜଣଙ୍କର ଏନକାଉଣ୍ଟର କରାଯାଇଛି। ୧୭ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୧୮ ଜଣ ଏବେ ବି ସକ୍ରିୟ ରହିଛନ୍ତି। ସେହିପରି ସର୍ଚ୍ଚ ଅପରେଶନ ସମୟରେ ୩୬୦ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri