ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ ପାଇଁ ଖୋଲା ଚ୍ୟାଲେଞ୍ଜ ହୋଇପଡିଥିଲା। ଏପରିକି ପୋଲିସ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି କରିଛି। ଗତ ୧୬ରେ ଲାଞ୍ଜିପଲି ଅଞ୍ଚଳର ଜଣେ ଭେଟେରାନ କ୍ରିମିନାଲ ଦିପୁ ନାୟକ ଓରଫ ଦିପୁନାଙ୍କ ସହ ଗୋପାଳପୁର ପୋଲିସର ମୁହାଁମୁହିଁ ଗୁଳି ବିନିମୟ ହୋଇଥିଲା। ପୋଲିସ ଗୁଳିରେ ଦିପୁନା ଗୁରୁତର ହୋଇଥିଲେ। ସେହିପରି ଗତ ୧୮ ତାରିଖରେ ଗିରିରୋଡରେ ଅପରାଧୀ ଗୋଷ୍ଟି ଅନ୍ୟ ଏକ ଗୋଷ୍ଠୀର ଉମେଶ ରଥଙ୍କୁ ବିଚ୍‌ ରାସ୍ତାରେ ଆକ୍ରମଣ କରିବା ସହ ବର୍ବରତାର ସୀମା ଟପିଯାଇଥିଲା। ଏହି ଘଟଣାରେ ଟାଉନ ଥାନା ପୋଲିସ ମୁକ୍ତେଶ ସାହୁଙ୍କୁ ଟାମଣା ଘାଟିରେ ଗତ ୨୦ ରେ ଏନକାଉଣ୍ଟର କରିଥିଲା। ଏହା ସତ୍ତ୍ୱେ ୨୪ ତାରିଖ ଅର୍ଥାତ ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍‌ ରାସ୍ତାରେ ଅପରାଧୀ ଗୋଷ୍ଠୀ ଗୋଟିଏ ପରେ ଗୋଟିଏ ଖଣ୍ଡା ଚୋଟ ପକାଇ ବର୍ବରର ସୀମା ଟପିଯାଇଥିବା ଦୃଶ୍ୟ ସୋସିଲ ମିଡିଆରେ ଭାଇରଲ ହୋଇଥିଲା। ଯାହାକି ପୋଲିସ ପାଇଁ ଖୋଲା ଚ୍ୟାଲେଞ୍ଜ ହୋଇଥିଲା। ଅପରାଧୀମାନଙ୍କ କାଉଣ୍ଟର ଆକ୍ରମଣର ପୋଲିସ ଜବାବ ଦେବାକୁ ଯାଇ ରବିବାର ବିଳମ୍ବିତ ରାତିରେ ଜଗା ଓରଫ ଜଗନ୍ନାଥ ସାହୁଙ୍କୁ ଗୁଳି କରିଛି। ଜଗାଙ୍କର ଦୁଇ ଗୋଡ଼ରେ ଦୁଇଟି ଗୁଳି ବାଜିଥିବାରୁ ତାଙ୍କୁ ଏବେ ଏମ୍‌କେସିଜି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଏବେ ପୋଲିସ ହେପାଜତରେ ଚିକିତ୍ସାଧୀନ ରହିଛନ୍ତି। ବ୍ରହ୍ମପୁର ପୋଲିସ ଏବେ ଆକ୍ସନ ମୋଡ୍‌ରେ। ଗତ ୯ଦିନ ଭିତରେ ତିନୋଟି ବର୍ବରକାଣ୍ଡରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କୁ ପୋଲିସ ଏବେ ଗୁଳି କରିସାରିଛି। ଏହି ଘଟଣାରେ ସଂପୃକ୍ତ ଜାଗାଙ୍କ ଭାଇ ବଳିଆ ଏବେ ଫେରାର ରହିଛନ୍ତି। ଗଞ୍ଜାମ ଜିଲାରେ ଏଯାବତ ୬୬ଟି ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?