Posted inଜାତୀୟ

ଶ୍ରୀନଗର ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ବେଳେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । କଶ୍ମୀର ଜୋନ ପୋଲିସ ଟୁଇଟ୍ କରି ଏହି ସୂଚନା ଦେଇଛି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳି ନ ଥିଲେ ବି ସେ ଲଶ୍କର-ଇ-ତୋଏବାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର କୁଲଗାମରେ ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହେବା ସମୟରେ ୨ ଆତଙ୍କବଦୀଙ୍କ ମୃତ୍ୟୁ ହୋଇଥିଲା । ପୋଲିସର ସୂଚନା ଅନୁଯାୟୀ ବୁଧବାର ସୁରକ୍ଷାକର୍ମୀ କୁଲଗାମ ଜିଲାର ରେଡୱାନୀ ଅଞ୍ଚଳରେ ଘେରାବନ୍ଦୀ କରି ଆତଙ୍କବାଦୀଙ୍କୁ ସାମ୍ନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri