Posted inଜାତୀୟ

ଶୋପିଆନ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ଜଣ ସୁରକ୍ଷାକର୍ମୀ ସହୀଦ ହୋଇଥିବା ସୂଚନା ରହିଛି। ଶୋପିଆନ୍‌ର ଜେନପୋରାର ଚେରମର୍ଗ ଗ୍ରାମରେ ଏହି ଏନ୍‌କାଉଣ୍ଟର ହୋଇଛି। ସୂଚନାଯୋଗ୍ୟ, ଶୋପିଆନ୍‌ର ଜେନପୋରାର ଚେରମର୍ଗ ଗ୍ରାମରେ କିଛି ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ, ସେନା ଓ ସିଆରପିଏଫ୍‌ର ମିଳିତ ସହଯୋଗରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇ ସେମାନଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପ୍ରତି ଆକ୍ରମଣ କରିଥିଲେ। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ତେବେ ଉଭୟ ପକ୍ଷରୁ ହୋଇଥିବା ଗୁଳି ବିନିମୟରେ ୨ଜଣ ସୁରକ୍ଷାକର୍ମୀ ସହୀଦ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ଆତଙ୍କବାଦୀମାନେ କେଉଁ ସଂଗଠନ ସହ ଜଡିତ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?