Posted inଜାତୀୟ

କୁଲଗାମରେ ଏନ୍‌କାଉଣ୍ଟର: ୩ ଯବାନ ଶହୀଦ

ଶ୍ରୀନଗର,୫।୮: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ଏନ୍‌କାଉଣ୍ଟରରେ ୩ ଜଣ ସେନା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ଅତିରିକ୍ତ ସୁରକ୍ଷା ବାହିନୀ ପଠାଯାଇଛି। ଅଞ୍ଚଳକୁ ଘେରି ଏକ ସର୍ଚ୍ଚ ଅପରେଶନ ଚାଲିଛି। ଦୁଇରୁ ତିନି ଆତଙ୍କବାଦୀ ଏଠାରେ ଲୁଚି ରହିଥିବା ସନ୍ଦେହ କରାଯାଉଛି।

ଭାରତୀୟ ସେନାର ଶ୍ରୀନଗର ସ୍ଥିତ ଚିନାର କର୍ପସ ଏକ ଟୁଇଟରେ କହିଛନ୍ତି ଯେ, ଶୁକ୍ରବାର କୁଲଗାମର ହାଲନ ଜଙ୍ଗଲ ଅଞ୍ଚଳରେ ଉଚ୍ଚ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ଲୁଚି ରହିଥିବା ଆତଙ୍କବାଦୀମାନେ କର୍ଡନ କଡାକଡି ହେବା ପରେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟରେ ୩ ଜଣ ସେନା ଗୁରୁତର ଆହତ ହୋଇଥିଲେ ଏବଂ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri