Categories: ଜାତୀୟ

ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୫।୩: ଜମ୍ମୁ -କଶ୍ମୀର ଅବନ୍ତିପୋରା ଜିଲା ଚାରସୋ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସେଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସୁରକ୍ଷାବାହିନୀ ସର୍ଚ୍ଚ ଅପରେସନ ଚଳାଇଛନ୍ତି । ଏ ନେଇ କଶ୍ମୀର ଜୋନ ପୋଲିସ ପକ୍ଷରୁ ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦଙ୍କ ଉପସ୍ଥିତି ନେଇ ସୁରକ୍ଷାବାହିନୀଙ୍କୁ ସୂଚନା ମିଳିିଥିଲା । ଏହା ପରେ ପୂର୍ଣ୍ଣ ପ୍ରସ୍ତୁତି ସହ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରସେନ ଆରମ୍ଭ କରିଛି ସୁରକ୍ଷାବାହିନୀ ।

Share