ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ଚରମ୍ପା ମାଲ୍‌ ଗୋଦାମ ପାଖରେ ସକାଳ ୫ଟାରେ ପୋଲିସର ଏନ୍‌କାଉଣ୍ଟର କରିଛି । କମଳାକାନ୍ତର ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାଙ୍କୁ ଭଦ୍ରକ ମେଡକାଲରେ ଭର୍ତ୍ତି କରାଯାଇଛି । ତେବେ ପୋଲିସ ଉପରକୁ ବୁଦ୍ଧିଆ ୪ ରାଉଣ୍ଡ ଗୁଳି  କରିବା ପରେ ପୋଲିସ ଏନକାଉଣ୍ଟର କରିଛି ।

ବୁଦ୍ଧିଆ ନାଁ ରେ ରାଜ୍ୟ ରେ ୧୪ ଟି ରୁ ଅଧିକ ଲୁଟ ଓ ଗୁଳିକାଣ୍ଡ ମାମଲା  ରହିଛି । ବୁଦ୍ଧିଆର ସହଯୋଗୀ ବାଇକ୍ ରେ ଫେରାର ହୋଇଯାଇଥିବା ନେଇ ସୂଚନା ରହିଛି । ବୁଦ୍ଧିଆ ନିକଟରୁ ବନ୍ଧୁକ ଜବତ୍ ହୋଇଛି । ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ  ପ୍ରାଥମିକ ଚିକିତ୍ସା ପରେ ସକାଳେ କଡା ସୁରକ୍ଷା ବଳୟରେ କଟକ ସ୍ଥାନାନ୍ତର କରାଯଇଛି   ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri