Posted inଜାତୀୟ

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି

ଯୁଦ୍ଧ ବିରତି ପରେ ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି
ଶ୍ରୀନଗର,୧୩।୪: ଜମ୍ମୁ ଓ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ ଉପସ୍ଥିତ ଥାଇପାରନ୍ତି ବୋଲଇ କୁହାଯାଉଛି। ଏନକାଉଣ୍ଟର ପ୍ରଥମେ କୁଲଗାମରୁ ଆରମ୍ଭ ହୋଇଥିଲା ଏବଂ ପରେ ଶୋପିଆନର ଏକ ଜଙ୍ଗଲ ଅଞ୍ଚଳକୁ ସ୍ଥାନାନ୍ତରିତ ହୋଇଥିଲା। ସେନା ଏବଂ ଅର୍ଦ୍ଧସାମରିକ ବାହିନୀର ସୁରକ୍ଷା କର୍ମୀ ପ୍ରାୟ ଦୁଇ ଘଣ୍ଟା ଧରି ଆତଙ୍କବାଦୀଙ୍କ ସହିତ ଲଢ଼େଇ କରୁଛନ୍ତି। ଏକ ଗୁପ୍ତ ସୂଚନା ପରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଅଟକାଇଥିଲେ।
ସୂଚନାଯୋଗ୍ୟ, ସେନା ଏନକାଉଣ୍ଟର ସ୍ଥଳକୁ ସମ୍ପୂର୍ଣ୍ଣ ଘେରାବନ୍ଦୀ କରିସାରିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ଅପରେଶନ ସିନ୍ଦୂର ଆରମ୍ଭ କରିଛି। ସେବେଠାରୁ, ସୁରକ୍ଷା ବାହିନୀ ଅନେକ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି।
ସୁରକ୍ଷା ବାହିନୀ ଜମ୍ମୁ-କଶ୍ମୀରରେ ତିନି ଜଣ ଆତଙ୍କବାଦୀଙ୍କ ପୋଷ୍ଟର ମଧ୍ୟ ଲଗାଇଛନ୍ତି। ସେମାନଙ୍କ ଉପରେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରଖାଯାଇଛି। ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ସେନା ଅନେକ ସ୍ଥାନରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଛି। ଏବେ ଶୋପିଆନରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ, ସେଠାରେ ଅନେକ ଆତଙ୍କବାଦୀ ଲୁଚି ରହିଛନ୍ତି।
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅପରେଶନ ସିନ୍ଦୂର ଆରମ୍ଭ କରିଥିଲା। ଏଥିରେ ପାକିସ୍ତାନ ଏବଂ ପିଓକେର ୯ଟି ଆତଙ୍କବାଦୀ ଆଡ୍ଡା ନଷ୍ଟ ହୋଇଥିଲା, କିନ୍ତୁ ଏହା ପରେ ପାକିସ୍ତାନୀ ସେନା ଭାରତର ଅନେକ ସହରକୁ ଟାର୍ଗେଟ କରିଥିଲା। ସେ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ମାଧ୍ୟମରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଭାରତ ସମସ୍ତ ଆକ୍ରମଣକୁ ପଣ୍ଡ କରିଦେଇଥିଲା ଏବଂ ଉଚିତ ଜବାବ ଦେଇଥିଲା। ପାକିସ୍ତାନୀ ସେନାର ଅନେକ ଅଧିକାରୀ ଆତଙ୍କବାଦୀଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?