Posted inଜାତୀୟ

ପୁଲଓ୍ବାମାରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୩୦।୫ : ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅଭିଯାନରେ ମିଳିତସୁରକ୍ଷାର୍କମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ପୁଲଓ୍ବାମାର ଗୁନ୍ଦିପୋରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।

ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସମଗ୍ର ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ସୁରକ୍ଷାର୍କମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ।

ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ଏଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri