Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ପୁଣି ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବୁଧବାର ସଫଳତା ମିଳିଛି। ଶୋପିଆନ୍‌ରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ପୁଣି ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସର୍ଚ୍ଚ ଅପରେଶନ୍‌ ସମୟରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସେ ଗୁରୁତର ଆହତ ହୋଇଥିଲେ। ଚିକିସାଧୀନ ସମୟରେ ତାଙ୍କୁ ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ ଆହତ ଯବାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତିି କରାଯାଇଛି।

ଏଠାରେ କିଛି ଆତଙ୍କବାଦୀ ଏଠାରେ ଲୁଚିଥିବା ଗୁପ୍ତ ସୂଚନା ମିଳିବାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସ୍ଥାନୀୟ ଡ୍ରାଗାଡ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା।

ସୁରକ୍ଷାକର୍ମୀଙ୍କ ଉପସ୍ଥିତି ଜାଣିପାରି ଆତଙ୍କବାଦୀମାନେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ଅଞ୍ଚଳକୁ ଆତଙ୍କବାଦମୁକ୍ତ କରିବା ଲକ୍ଷ୍ୟ ନେଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉଦ୍ୟମ ହେଉଛି। ଅନ୍ୟ କିଛି ଆତଙ୍କବାଦୀ ଲୁଚି ରହିଥିବାର ଆଶଙ୍କା ରହିଛି। ତେଣୁ ଏଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?