Categories: ଜାତୀୟ

ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଥିବା କୁହାଯାଉଛି। ଏବେ ବି ସେଠାରେ ଅପରେଶନ ଜାରି ରହିଛି। ନିହତ ହୋଇଥିବା ୩ ଆତଙ୍କବାଦୀଙ୍କ ମଧ୍ୟରେ ଅଛନ୍ତି ଜଣେ ଟପ କମାଣ୍ଡର। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଦ୍ୱାରା ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ପୋଲିସର ମୁଖପାତ୍ର କହିଛନ୍ତି ଯେ ଶୋପିଆନରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା।

Share