ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ ମିଲେସିଆ କମାଣ୍ଡର ନନ୍ଦା। ଉଭୟେ ମାଓବାଦୀ ହିଡ୍‌ମାଙ୍କ ସହଯୋଗୀ ବେଲି ଜଣାପଡିଛି। ପୋଲିସ ସର୍ଚ୍ଚ ଅପରେଶନ ବେଳେ ରାଜେଶ ଓ ନନ୍ଦାଙ୍କୁ ଏନ୍‌କାଉଣ୍ଟର କରିଛି।

ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲା ଚର୍ଲା ମଣ୍ଡଳର ପୁଟାପାଡୁ ଜଙ୍ଗଲରେ ମାଓବାଦୀ ଦମନ ଲାଗି ରବିବାର ପୋଲିସ ସର୍ଚ୍ଚ ଅପରେଶନ ଚଳାଇଥିଲା। ଏହି ସମୟରେ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ପ୍ରଥମେ ଗୁଳି ଚଳାଇଥିଲେ। ଯବାନ ଏହାର ପାଲଟା ଜବାବ ଦେଇଥିଲେ। ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ପରେ ପୋଲିସ ଗୁଳିର ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ଜଙ୍ଗଲରେ ତଲାସିବେଳେ ଉପରୋକ୍ତ ଦୁଇ ମାଓବାଦୀଙ୍କ ମୃତଦେହ ମିଳିଥିଲା। ଘଟଣାସ୍ଥଳରୁ ଗୋଟିଏ ଏସ୍‌ଏଲ୍‌ଆର ବନ୍ଧୁକ ଓ ଗୋଟିଏ ଦେଶୀ ବନ୍ଧୁକ ଜବତ ହୋଇଛି। ତେଲଙ୍ଗାନାର ଗ୍ରେହାଉଣ୍ଡ ଏବଂ ସ୍ପେଶାଲ ପୋଲିସ ଟିମ୍‌ ପକ୍ଷରୁ ଏହି ଅପରେଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri