Posted inଜାତୀୟ

ବସ୍‌ ଅପହରଣକାରୀଙ୍କୁ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୨୦।୮: ଉତ୍ତରପ୍ରଦେଶ ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍‌ ନିକଟସ୍ଥ ରାୟଭା ଟୋଲ୍‌ ପ୍ଲାଜାଠାରୁ ଅପହରଣ କରାଯାଇଥିବା ଏକ ଯାତ୍ରୀବାହୀ ବସ୍‌ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପୋଲିସ ଏବଂ ଅପହରଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଫତେହାବାଦ୍‌ ଥାନା ଅଞ୍ଚଳରେ ଚେକିଂ ସମୟରେ ଅପହରଣକାରୀମାନେ ପୋଲିସ ଉପରକୁ ଗୁଳି ମାଡ଼ କରିଥିଲେ। ଏହର ଜବାବରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଏଥିରେ ଜଣେ ଅପହରଣକାରୀଙ୍କ ଗୋଡ଼ରେ ଗୁଳି ବାଜିଥିଲା। ପ୍ରଦୀପ ଗୁପ୍ତା ନାମକ ଏହି ଅପହରଣକାରୀଙ୍କୁ ଆହତ ଅବସ୍ଥାରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୮-୯ ଜଣ ଅଚିହ୍ନା ବ୍ୟକ୍ତି ଜାଇଲୋ ଗାଡ଼ିରେ ଆସି ଏକ କଳ୍ପନା ଟ୍ରାଭେଲ୍‌ ଲେଖାଥିବା ଯାତ୍ରୀବାହୀ ବସ୍‌କୁ ରାଜରାସ୍ତାରୁ ଅପହରଣ କରି ନେଇଥିଲେ। ବସ୍‌ରେ ୩୪ ଜଣ ଯାତ୍ରୀ ଥିଲେ। ପରେ ଅପହରଣକାରୀ ବସ୍‌ର ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଓହ୍ଲାଇ ଦେଇଥିଲେ। କଳ୍ପନା ଟ୍ରାଭେଲ୍‌ ମାଲିକ ଗୋଓ୍ବାଲିୟରରେ ରୁହନ୍ତି। ମଙ୍ଗଳବାର ତାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଅପହରଣକାରୀ କିସ୍ତି ସୁଝା ଯାଇ ନ ଥିବା କହି ଡ୍ରାଇଭରକୁ ଓହ୍ଲାଇ ବସ୍‌ ନେଇ ଯାଇଥିଲେ। ପରେ ଯାତ୍ରୀଙ୍କୁ ବସ୍‌ରୁ ଓହ୍ଲାଇ ଅନ୍ୟ ବସ୍‌ରେ ଝାନ୍ସୀ ପଠାଇ ଦିଆଯାଇଥିବା କୁହାଯାଉଛି। ଅନ୍ୟ ଅପହରଣକାରୀଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଖୋଳତାଡ଼  ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri