ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଛି । ତାଙ୍କ ନାମ ପ୍ରଭାତ ମଲିକ ଏବଂ ଘର ଗମ୍ଭାରିଆ ଗ୍ରାମରେ ବୋଲି ଜଣା ପଡ଼ିଛି ।

ସେ ସଦର ବ୍ଲକର ଜଣେ ପିଇଓଙ୍କ ଠାରୁ ଟଙ୍କା ଲୁଟ୍ ଘଟଣା ସମେତ ପ୍ରାୟ ୪୦ ଅପରାଧିକ ଘଟଣାରେ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଆଜି ଉକ୍ତ ଲୁଟ୍ ଘଟଣାର ଟଙ୍କା ରିକଭରି ପାଇଁ ପୋଲିସକୁ ମହୁଲ ଡିହା ଗ୍ରାମକୁ ଡାକି ନେଇ ଏକ ଘରୁ ବନ୍ଧୁକ ଆଣି ଆକ୍ରମଣ କରିବାରୁ ପୋଲିସ ପ୍ରତି ଆକ୍ରମଣ କରିଥିଲା ବୋଲି ଥାନା ଅଧିକାରୀ ଅମିତ୍ କୁମାର ଭୂୟାଁ ସୂଚନା ଦେଇଛନ୍ତି।
ଗୁଳି ବିନିମୟ ବେଳେ ପୋଲିସ୍‌ ଗୁଳିରେ ପ୍ରଭାତ ମଲିକ ଗୁରୁତର ଆହତ ହୋଇ ଧରଣୀ ଧର ମେଡିକାଲ କଲେଜ ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଡାହାଣ ଗୋଡରେ ଗୁଳି ବାଜିଛି । ପ୍ରଭାତ ନିକଟରୁ ଗୋଟିଏ ବନ୍ଧୁକ ଓ ୧୨ ହଜାର ଟଙ୍କା ଜବତ ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?