ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମା ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ବୁଧବାର ଭୋର ପ୍ରାୟ ୫ଟା ୪୫ ମିନିଟରେ ରେଢ଼ାଖୋଲ ଥାନା ଅନ୍ତର୍ଗତ ଦୁମଛାଲି ଜଙ୍ଗଲ ଅଞ୍ଚଳରେ ଟିମା ଓ ତାଙ୍କର ୩ ଜଣ ସହଯୋଗୀ ଲୁଚି ରହିଥିବା ନେଇ ପୋଲିସ ଖବର ପାଇଥିଲା। ନାକଟିଦେଉଳ ପୋଲିସ ଟିମ ସେଠାରେ ପହଞ୍ଚି ସେମାନଙ୍କୁ କାବୁ କରିବାକୁ ଚେଷ୍ଟା କରିଥିବା ବେଳେ ଅଭିଯୁକ୍ତ ଟିମା ପୋଲିସ ଉପରକୁ ଗୁଳି ଚଳାଇ ଫେରାର ହେବାକୁ ଉଦ୍ୟମ କରିଥିଲେ। ଏହାଦେଖି ଅଭିଯୁକ୍ତମାନେ ପୋଲିସ ଉପରକୁ ୩ ରାଉଣ୍ଡ ଗୁଳି ଖସିଯିବାକୁ ପ୍ରୟାସ କରିଥିଲେ। ମାତ୍ର ପୋଲିସ ପକ୍ଷରୁ ଆତ୍ମରକ୍ଷା ପାଇଁ ୨ ରାଉଣ୍ଡ ଗୁଳି ଚଳାଇଥିଲା। ପୋଲିସର ନିୟନ୍ତ୍ରିତ ଗୁଳି ଚାଳନାରେ ଟିମାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିଲା। ଫଳରେ ସାେ ଫେରାର ହେବାରେ ବିଫଳ ହେବାରୁ ଘଟଣାସ୍ଥଳରୁ ପୋଲିସ ଟିମାଙ୍କ ସହ ତାଙ୍କର ୩ ଜଣ ସହଯୋଗୀଙ୍କୁ ଗିରଫ କରିଥିଲା।

ଗୁଳିବିଦ୍ଧ ହୋଇ ଗୁରୁତର ଟିମାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଭିମସାରରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଅପରାଧୀମାନଙ୍କ ନିକଟରୁ ଏକ ପିସ୍ତଲ, ଜୀବନ୍ତ ଗୁଳି, ଏକ ବୋଲେରୋ ଗାଡ଼ି, ତାର କଟା ଯନ୍ତ୍ର ସମେତ ବିଦ୍ୟୁତ ତାର ଚୋରିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରିଛି।

ସୂଚନାଯୋଗ୍ୟ ଯେ, ଟିମା ନାମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଡକାୟତି, ରାହାଜାନି, ଆର୍ମସ ଆକ୍ଟ ଏବଂ ଆଲୁମିନିୟମ ତାର ଚୋରି ଭଳି ପ୍ରାୟ ୪୧ରୁ ଅଧିକ ସଙ୍ଗୀନ ମାମଲା ରହିଛି। ବର୍ତ୍ତମାନ ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri